/odisha-reporter/media/post_attachments/uploads/2021/02/sss.jpg)
sss
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତୈଳ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ୬ ଘଣ୍ଟା ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାଜ୍ୟରେ ସମସ୍ତ ସ୍କୁଲ୍ ବନ୍ଦ ରହିବ। ଏହାବ୍ୟତୀତ ତା’ ପରଦିନ ମଙ୍ଗଳବାର ସରସ୍ବତୀ ପୂଜାରେ ମଧ୍ୟ ସ୍କୁଲ୍ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ।
ସୂଚନାଯୋଗ୍ୟ,ପେଟ୍ରୋଲ, ଡିଜେଲ୍ ସହ ଏଲ୍ପିଜି ଗ୍ୟାସ୍ ଦର ଅହେତୁକ ଭାବେ ବଢ଼ି ଚାଲିଥିବାରୁ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ୬ ଘଣ୍ଟା ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ଗୋଟାଏ ଯାଏ ଅର୍ଥାତ ୬ ଘଣ୍ଟା ଯାଏ ବନ୍ଦ ଡାକରା ଦେଇଛି କଂଗ୍ରେସ ।
ଆସନ୍ତାକାଲି ବନ୍ଦକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ଆହ୍ୱାନ ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହାନ, ଔଷଧ ଦୋକାନ, ଅତି ଆବଶ୍ୟକ ସେବାରେ ଥିବା ଗାଡ଼ି ଏଥିରୁ ବାଦ୍ ପଡ଼ିବ । ସେହିଭଳି ଯେଉଁ ଗାଡ଼ିରେ ଫୁଲ ସଜା ହୋଇଥିବ, ସେ ଗାଡ଼ିକୁ ବି ବନ୍ଦ ଡାକରାରୁ ବାଦ୍ ଦିଆଯିବ । ଅର୍ଥାତ ବିବାହ ପାଇଁ ଯାଉଥିବା ଗାଡ଼ି କିମ୍ବା ସତ୍କାର ପାଇଁ ଯାଉଥିବ ଗାଡ଼ିକୁ ଏଥିରୁ ବାଦ ଦିଆଯିବ। ସାଧାରଣଲୋକଙ୍କର ଯେପରି ଅସୁବିଧା ହେବନି ତା’ଉପରେ ଧ୍ୟାନ ଦିଆଯିବ ବୋଲି ପିସିସି ସଭାପତି କହିଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
