ଘରୋଇ କଲେଜରେ ରାଗିଂ ଅଭିଯୋଗ: ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ଜୁନିୟର ଛାତ୍ର

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବଣିଆଟାଙ୍ଗୀ ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। କଲେଜର ପ୍ରଥମ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ରମାନେ ରାଗିଂ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ପ୍ରଥମ ବର୍ଷର ଛାତ୍ରମାନେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ଏହାସହ କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ପଦକ୍ଷେପ ନେବାକୁ ଛାତ୍ରମାନେ ଦାବି କରିଛନ୍ତି। ଏନେଇ ଛାତ୍ରମାନେ ଜିଲ୍ଲାପାଳଙ୍କୁ ଏକ […]

Rakesh Mallick
  • Published: Monday, 11 September 2017
  • , Updated: 11 September 2017, 06:53 PM IST

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବଣିଆଟାଙ୍ଗୀ ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। କଲେଜର ପ୍ରଥମ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ରମାନେ ରାଗିଂ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ପ୍ରଥମ ବର୍ଷର ଛାତ୍ରମାନେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ଏହାସହ କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ପଦକ୍ଷେପ ନେବାକୁ ଛାତ୍ରମାନେ ଦାବି କରିଛନ୍ତି। ଏନେଇ ଛାତ୍ରମାନେ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

କଲେଜ ପରିସରରେ ସିନିୟର ଛାତ୍ରମାନେ ଜୁନିୟର ଛାତ୍ରଙ୍କୁ ମାଡ ମାରିବା ସହ ବିଭିନ୍ନ ପ୍ରକାରର ଧମକ ଚମକ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରମାନେ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନଯିବାରୁ ସେମାନେ ଜିଲ୍ଲାପାଳଙ୍କୁ ଜଣାଇଥିବା କହିଛନ୍ତି।

Related story