ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାଏକ ଖୁବଶୀଘ୍ର ସାମ୍ୱାଦିକମାନଙ୍କ ବିଭିନ୍ନ ଦାବି ଉପରେ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି।ଶୁକ୍ରବାର ବିଧାନସଭାରେ ସାମ୍ୱାଦିକଙ୍କ ସୁରକ୍ଷା ଓ ସେମାନଙ୍କ ବିଭିନ୍ନ ଦାବି ଉପରେ ପ୍ରଶ୍ନ ଉଠିବା ପରେ ସେ ଏହି ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି। କାର୍ଯ୍ୟରତ ସାମ୍ୱାଦିକମାନଙ୍କୁ ସୁରକ୍ଷା ପ୍ରଦାନ ସହ ସେମାନଙ୍କୁ ଚିହ୍ନଟ କରି ବୀମା ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରିବାକୁ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ, ମହେଶ ସାହୁ, ଅମର ପ୍ରସାଦ ଶତପଥୀ ପ୍ରମୁଖ ଏହି ପ୍ରସଙ୍ଗ ଉଠାଇ ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଯଥାଶୀଘ୍ର ସାମ୍ୱାଦିକ ଚିହ୍ନଟ ପ୍ରକ୍ରିୟା ସାରିବାକୁ କହିବା ସହ ସେମାନଙ୍କ ପ୍ରତି ପାତର ଅନ୍ତର ନୀତି ଅବଲମ୍ୱନ ନ କରିବାକୁ ବିଧାୟକମାନେ ପ୍ରଶ୍ନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।