ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଅପହୃତ ହୋଇଥିବା ବଲାଙ୍ଗିର ଜିଲ୍ଲା ପୁଇଁତଳା ବିଡିଓ ସରୋଜ ମିଶ୍ର ଫେରିଛନ୍ତି। ସେ ଚାଲି ଚାଲି ଉପଜିଲ୍ଲାପାଳଙ୍କ ଅଫିସକୁ ଆସିଛନ୍ତି। ସେଠାରେ ତାଙ୍କ ସହ ଜିଲ୍ଲାପାଳ ଓ ଏସ୍ପି ରୁଦ୍ଧଦ୍ୱାର ଆଲୋଚନା କରୁଛନ୍ତି। ମାତ୍ର କେଉଁମାନେ ଏବଂ କାହିଁକି ତାଙ୍କୁ ଅପହରଣ କରିଥିଲେ, ତାହା ଜଣାପଡ଼ିନି। ତେବେ ଏହି ଅପହରଣ ନାଟକର ପ୍ରକୃତ ଖଳନାୟକ କିଏ, ପୁଲିସ ତା'ର ତଦନ୍ତ କରୁଛି।
ଆଜି ଅପରାହ୍ନ ୪ଟା ବେଳେ ବିଡିଓ ସରୋଜ ମିଶ୍ର ଅଫିସରେ ଥିଲେ। ଠିକ୍ ଏହି ସମୟରେ ୮ରୁ୧୦ ଜଣ ଯୁବକ ଏକ ସ୍କର୍ପିଓରେ ଆସି ବ୍ଲକ ଅଫିସରେ ପଶି ବିଡିଓଙ୍କୁ ଅପହରଣ କରି ନେଇଯାଇଲେ। କିଏ ଓ କଣ ପାଇଁ ତାଙ୍କୁ ଅପହରଣ କରିନେଲେ, ତାହା ସ୍ପଷ୍ଟ ହୋଇନାହିଁ। ତେବେ ଠିକା କାମକୁ ନେଇ ତାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।
ଅପହରଣ ନେଇ ସୂଚନା ପାଇବା ପରେ ପୁଲିସ ନିଜଆଡ଼ୁ ମାମଲା ରୁଜୁ କରି ଖୋଳତାଡ଼ ଆରମ୍ଭ କରିଛି। ବଲାଙ୍ଗିର ଏସ୍ପିଙ୍କ ନିର୍ଦ୍ଦେଶରେ ଏଥିପାଇଁ ୫ଟି ଟିମ୍ ଗଠନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Miscellaneous
ଜୁଏଲଙ୍କ ବ୍ୟକ୍ତିଗତ ସଚିବ ଥିଲେ, ଏବେ ମୋହନଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
ଜଗତସିଂହପୁର ଜିଲ୍ଲାର ବାଲିକୁଦା ବ୍ଲକର ସିଙ୍ଗାରପୁର ଗାଁରେ ଜନ୍ମିତ ମନୋଜ ସାହୁ ଭୁବନେଶ୍ୱରସ୍ଥିତ ଓୟୁଏଟି ବିଶ୍ୱବିଦ୍ୟାଳୟରୁ ବିଏସସି ଓ ଜୁନାଗଡ଼ କୃଷି ବିଶ୍ୱବିଦ୍ୟାଳୟରୁ ଏମଏସସି ଡିଗ୍ରୀ ହାସଲ କରିବା ପରେ ୨୦୦୬ ମସିହାରେ ଆଇଏଏସ୍ ଚାକିରିରେ ଯୋଗ ଦେଇଥିଲେ ।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।