ମାଲକାନଗିରି(ଜିତେନ୍ଦ୍ର ବେଉରା): କେନାଲ୍ରୁ ଉଦ୍ଧାର ହେଲା ୧୨ ଫୁଟ୍ ଲମ୍ୱର ଅହିରାଜ। ସାପଟିକୁ ଉଦ୍ଧାର ପରେ ଘଞ୍ଚ ଜଙ୍ଗଲରେ ଛାଡ଼ି ଦିଆଯାଇଛି। ଏପରି ଖବର ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ MV-78 ଗ୍ରାମରୁ ଆସିଛି।
ରବିବାର ଦିନ MV-78 ମୁଖ୍ୟ ରାସ୍ତାର ପାଖରେ ଥିବା କାଡା କେନାଲ ପାଣିରେ ୧୨ ଫୁଟ୍ ଲମ୍ୱର ଅହିରାଜ ଫସି ଯାଇଥିଲା। ମାତ୍ର ନାଳରୁ ଉଠି ପାରୁନଥିଲା। ସ୍ଥାନୀୟ ଲୋକେ ଦେଖି କାଲିମେଳା ବନବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଖବର ପାଇ କୌଶଳକ୍ରମେ ସାପକୁ ଉଦ୍ଧାର କରିଥିଲେ। ସାପଟି ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି। ଉଦ୍ଧାର ପରେ ଘଞ୍ଚ ଜଙ୍ଗଲରେ ଅହିରାଜକୁ ଛାଡ଼ି ଦିଆଯାଇଛି।
ସୂଚନାରୁ ପ୍ରକାଶ, ଦିନକୁ ଦିନ ଜଙ୍ଗଲ ନଷ୍ଟ ହେବାରେ ଲାଗୁଛି। ଗ୍ରୀଷ୍ମ ପ୍ରବାହ ବଢ଼ୁଥିବାରୁ ସାପଟି ଜନବସତି ଅଞ୍ଚଳକୁ ଚାଲି ଆସିଥିବା ଅନୁମାନ କରାଯାଉଛି।
https://youtu.be/f5n9WY7bf5o
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।