କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା): ବିଶାଖାପାଟଣା-କିରଣ୍ଡୁଲ ପାସେଞ୍ଜର ଟ୍ରେନ ଆଜି ଲାଇନଚ୍ୟୁତ ହୋଇଛି। ବିଶାଖାପାଟଣାରୁ କୋରାପୁଟ ଆସୁଥିବା ବେଳେ କୋଟାୱାଲସା-ଆରକୁ ଶିବଲିଙ୍ଗପୁରମ୍ ନିକଟରେ ଏହି ଅଘଟଣ ଘଟିଛି।
ଶିବଲିଙ୍ଗପୁରମ୍ ନିକଟରେ ଟ୍ରେନ୍ଟିର ୬ନମ୍ବର ବଗିର ୨ଟି ଚକା ଟ୍ରାକ୍ରୁ ବାହାରି ଯାଇଥିଲା। ହେଲେ ଅନ୍ୟ ବଗିମାନଙ୍କରେ କିଛି ହୋଇନଥିଲା। ଟ୍ରେନ୍ ଲାଇନଚ୍ୟୁତ ହେବା ଯୋଗୁ ଯାତ୍ରୀମାନଙ୍କର ମଧ୍ୟ କିଛି କ୍ଷୟକ୍ଷତି ହୋଇ ନାହିଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ସୌଭାଗ୍ୟ ବଶଃତ ଏକ ବଡ଼ ଦୁର୍ଘଟଣାରୁ ଯାତ୍ରୀମା଼ନେ ବଞ୍ଚି ଯାଇଥିଲେ।
ଖବର ପାଇ ଡିଆରଏମ୍, ରେଳ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପାସେଞ୍ଜର ଟ୍ରେନରେ ଯାଉଥିବା ଯାତ୍ରୀଙ୍କୁ ଅନ୍ୟ ଏକ ଟ୍ରେନରେ ପଠାଯିବାର ବ୍ୟବସ୍ଥା କରାଯାଇଛି। ପାସେଞ୍ଜର ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ ସେହି ଟ୍ରାକ୍ରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଜଣେ ଯାତ୍ରୀ କହିଛନ୍ତି, ହଠାତ୍ ବଡ଼ ଶବ୍ଦ ହୋଇଥିଲା। ପରେ ଟ୍ରେନଟି ଅଟକି ଯାଇଥିଲା। ଆମେ ଭୟଭୀତ ହୋଇପଡ଼ିଥିଲୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।