Advertisment

ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ହୋଇଛି। ହୃଦଘାତ ହେବାରୁ ତାଙ୍କୁ ଝାରସୁଗୁଡ଼ାର ଏକ ଘରୋଇ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ବିୟୋଗ ହୋଇଛି। ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ କିଶୋର ମହାନ୍ତି ଝାରସୁଗୁଡ଼ା ଜିଲ୍ଲା ବିଜେଡି ପାର୍ଟି ଅଫିସ୍‌ରେ ଥିଲେ। ଜଣେ ବନ୍ଧୁଙ୍କ ବିୟୋଗରେ ହୋଇଥିବା ଶୋକ ସଭାରେ ସେ ଯୋଗଦେଇଥିଲେ। ଶୋକସଭାରେ ବସିଥିବା ବେଳେ ଅସୁସ୍ଥତା ଅନୁଭବ […]

author-image
Manoranjan Sial
ଅଦ୍ୟତନ ହୋଇଛି
ଟିକେଟ୍ ଦାବି କଲେ କିଶୋରଙ୍କ ପତ୍ନୀ, ବଢ଼ିଲା ଚାପ

kishore-mohanty

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ହୋଇଛି। ହୃଦଘାତ ହେବାରୁ ତାଙ୍କୁ ଝାରସୁଗୁଡ଼ାର ଏକ ଘରୋଇ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ବିୟୋଗ ହୋଇଛି।

Advertisment

ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ କିଶୋର ମହାନ୍ତି ଝାରସୁଗୁଡ଼ା ଜିଲ୍ଲା ବିଜେଡି ପାର୍ଟି ଅଫିସ୍‌ରେ ଥିଲେ। ଜଣେ ବନ୍ଧୁଙ୍କ ବିୟୋଗରେ ହୋଇଥିବା ଶୋକ ସଭାରେ ସେ ଯୋଗଦେଇଥିଲେ। ଶୋକସଭାରେ ବସିଥିବା ବେଳେ ଅସୁସ୍ଥତା ଅନୁଭବ କରିଥିଲେ କିଶୋର। ତେଣୁ ସେ ସଙ୍ଗେ ସଙ୍ଗେ ନିଜ ବାସଭବନକୁ ଚାଲି ଯାଇଥିଲେ। ଘରେ ପହଞ୍ଚିବା ପରେ ଛାତି ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି।

କିଶୋର ମହାନ୍ତି ଓଡ଼ିଶା ବିଧାନସଭାରେ ପୂର୍ବତନ ବାଚସ୍ପତି ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଥିଲେ। ସେ ୩ ଥର ଝାରସୁଗୁଡ଼ାରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ରାଜ୍ୟସଭା ସାଂସଦ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ୨୦୦୯ରୁ ୧୨ ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଥିଲେ କିଶୋର। କିନ୍ତୁ ଗତ ସାଧାରଣ ନିର୍ବାଚନରେ ସେ ବ୍ରଜରାଜନଗର ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ବିଜେପିର ରାଧାରାଣୀ ପଣ୍ଡାଙ୍କୁ ହରାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ଶୋକର ଛାୟା ଖେଳି ଯାଇଛି।

Advertisment

https://twitter.com/Naveen_Odisha/status/1476548879122268163?s=20

କିଶୋର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‌ କରି ଲେଖିଛନ୍ତି, ପୂର୍ବତନ ବାଚସ୍ପତି ତଥା ବିଜେଡିର ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଆମ ଦଳର ଜଣେ ଦକ୍ଷ ନେତା ତଥା ଜନପ୍ରତିନିଧି ଭାବେ ତାଙ୍କ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଲେଖିଛନ୍ତି। 

ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି।