/odisha-reporter/media/post_attachments/uploadimage/library/16_9/16_9_0/IMAGE_1676286087.jpg)
Rabi Narayan Nanda
ପୂର୍ବତନ ଶିକ୍ଷାମନ୍ତ୍ରୀ ତଥା କୋରାପୁଟ ଜିଲ୍ଲାର ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି।
Advertisment
ରବି ନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି। ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ଜୟପୁର ବିଧାନ ନିର୍ବାଚନମଣ୍ଡଳୀରୁ ବିଧାୟକ ହୋଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
