ଭଞ୍ଜନଗର(ରାଜେଶ କୁମାର ପଣ୍ଡା): ପ୍ରତିଦିନ ଭଳି ଆଜି ମଧ୍ୟ ନିଜ କର୍ମକ୍ଷେତ୍ର କଳାଖାଡ଼ି ଗ୍ରାମକୁ ସାଇକେଲ ଯୋଗେ ଯାଇଥିଲେ। ହେଲେ ଫେରିଥିଲା ତାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ। ଗଞ୍ଜାମ ବଡ଼ଗଡ଼ ଥାନା କଳାଖାଡ଼ି ଗାଁ ନିକଟ ବ୍ରିଜ ତଳୁ ସନ୍ଦେହଜନକ ଅବସ୍ଥାରେ ମିଳିଥିଲା ଏହି ମୃତଦେହ। ମୃତ ଯୁବତୀ ଜଣକ ହେଲେ ସିଦ୍ଧପୁର ଗ୍ରାମର ରାଜେଶ୍ୱରୀ ସାହୁ। ସେ କୃଷିମିତ୍ର ଭାବେ କାମ କରନ୍ତି।
ପରିବାର ଲୋକଙ୍କ କହିବା ମୁତାବକ ରାଜେଶ୍ୱରୀ ପ୍ରତିଦିନ ଭଳି କାମକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରିନଥିଲେ। ବିଳମ୍ବ ହେବାରୁ ଖୋଜାଲୋଡା ପଡ଼ିଥିଲା। ଏହି ସମୟରେ ଝିଅ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବ୍ରିଜ ତଳେ ପଡିଥିବା ଖବର ପହଞ୍ଚିଥିଲା। ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି ଝିଅକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଆସିକା ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନି। ପୋଲିସ ମାମଲାର ତଦନ୍ତ ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।