କଟକ: କୁଖ୍ୟାତ ହାତୀଦାନ୍ତ ତସ୍କର ଅବଦୁଲ୍ ଇଜରାଇଲ ଖାନ ଓରଫ୍ ଇଜା ମିଆଁକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ତା ନାଁରେ ୧୦ରୁ ଅଧିକ ଜଙ୍ଗଲ ଓ ବନ୍ୟପ୍ରାଣୀ ସଂପର୍କିତ ମାମଲା ରହିଛି। ଗତ ଦୁଇବର୍ଷ ହେଲା କ୍ରାଇମବ୍ରାଞ୍ଚ୍ ତାକୁ ଖୋଜୁଥିଲା। ଆଜି କଟକ ନରସିଂହପୁରସ୍ଥିତ ଇଜାର ଘର ଉପରେ ଚଢ଼ଉ କରି କ୍ରାଇମବ୍ରାଞ୍ଚ ତାକୁ ଗିରଫ କରିଛି। ଏହାପରେ ତାକୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ପଚାରା ଉଚରା କରାଯାଉଛି। ସେ ଅନୁଗୁଳ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ଥିଲା। ସେ ନିଜେ ଗୁଳି କରି ୩ଟି ହାତୀ ଶିକାର କରିଥିବା କ୍ରାଇମବ୍ରାଞ୍ଚ ଆଗରେ ସ୍ୱୀକାର କରିଥିବା ଜଣାପଡ଼ିଛି। ରାଜ୍ୟରେ ଚାଲିଥିବା ହାତୀଦାନ୍ତ ଶିକାରୀଙ୍କ ନେଟୱର୍କ ମଧ୍ୟରୁ ଇଜା ଏକ ନିର୍ଦ୍ଦିଷ୍ଟ ଗ୍ୟାଙ୍ଗର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲା। ତା'ର ବିଦେଶୀ ଲିଙ୍କ୍ ଅଛି କି ନାଇଁ ସେ ସଂପର୍କରେ ମଧ୍ୟ ଖୋଳତାଡ଼ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।