କଟକ(ଓଡ଼ିଶା ରିପୋର୍ଟର): ଡ୍ରେନ୍ କାମ କରୁଥିବା ପକ୍କା କାନ୍ଥ ଭୁଶୁଡ଼ି ପଡିଲା। ଫଳରେ କାନ୍ଥ ତଳେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆଜି ଅପରାହ୍ନରେ ଏପରି ଅଘଟଣ କଟକ ଶଙ୍କରପୁର ଡ଼ିହସାହିରେ ଘଟିଛି।
ଗତ ତିନି ଦିନ ହେଲା ଶଙ୍କରପୁର ଡ଼ିହସାହିରେ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଡ୍ରେନ୍ କାମ ଚାଲିଥିଲା। ଆଜି ୩ ଜଣ ଶ୍ରମିକ ଡ୍ରେନ୍ କାମରେ ନିୟୋଜିତ ହୋଇଥିଲେ। ସେମାନଙ୍କ ଭିତରୁ ଜଣେ ଶ୍ରମିକ କାମ କରୁଥିବା ବେଳେ ହଠାତ୍ ଡ୍ରେନ୍ ପାଖରେ ଥିବା ଏକ ପକ୍କା ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଫଳରେ ଶ୍ରମିକ ଜଣକ କାନ୍ଥ ଭିତରେ ଚାପି ଯାଇଥିଲେ।
ସ୍ଥାନୀୟ ଲୋକମାନେ ତାଙ୍କୁ ସଙ୍ଗେ ସଙ୍ଗେ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଠିକାଦାରଙ୍କ ଅବହେଳା ଯୋଗୁ ଏହି ଅଘଟଣ ଘଟିଥିଲା ବୋଲି ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।