ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଡିପ୍ରେସନ ରୂପ ନେବା ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି । ରବିବାର ପୂର୍ବାହ୍ନ ସୁଦ୍ଧା ଏହା ପୁରୀ ଓ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ସର୍ବାଧିକ ୧୮୩ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଡିପ୍ରେସନ୍ ପ୍ରଭାବରେ ଘଣ୍ଟାକୁ ୫୦ରୁ ୬୦କିଲୋମିଟର ବେଗରେ ପବନ ମଧ୍ୟ ବହିବା ସମ୍ଭାବନା ରହିଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ୱର ବିପଦ ସଂକେତ ଦିଆଯାଇଛି । ଏପଟେ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।