କାମାକ୍ଷାନଗର(ବିଦ୍ୟାଧର ବରାଳ): ଯବାନଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ୨୦ ହଜାର ଟଙ୍କା ଚୋରି କରି ନେଲେ ଦୁର୍ବୃତ୍ତ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ଅଞ୍ଚଳରେ ଏହି ଘଟଣା ଘଟିଛି। ଆର୍ମିରେ ଚାକିରି କରୁଥିବା ସୁଶାନ୍ତ କୁମାର ସାହୁଙ୍କ ଘରୁ ଗତକାଲି ବିଳମ୍ବିତ ରାତିରେ ଏହି ଚୋରି ହୋଇଛି।
ସୁଶାନ୍ତ ନିଜ ପରିବାର ଲୋକଙ୍କୁ ଧରି ପୈତୃକ ଗାଁ କଙ୍କଡାହାଡ଼ ଥାନା ତରାଜଙ୍ଗ ଗାଁକୁ ଦୀପାବଳି ପାଳନ ପାଇଁ ଯାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ ପଶି କଳାକନା ବୁଲେଇ ଦେଇଛନ୍ତି। ସୁଶାନ୍ତଙ୍କ ପତ୍ନୀ ଅନିତା ସାହୁଙ୍କ ସୁନା ଗହଣା,ଏଟିଏମ କାର୍ଡ ଓ କିଛି ଦରକାରୀ କାଗଜପତ୍ର ଦୁର୍ବୃତ୍ତମାନେ ନେଇ ପଳାଇଛନ୍ତି।
ସକାଳୁ ପଡ଼ୋଶୀମାନେ ଉଠି ଦେଖନ୍ତି ସୁଶାନ୍ତ ଘର ତାଲା ଭାଙ୍ଗି ପଡ଼ିଛି। ଘର ଦୁଆର ଖୋଲା ପଡ଼ିଛି। ତେଣୁ ସେମାନେ ଏ ନେଇ ତୁରନ୍ତ ସୁଶାନ୍ତଙ୍କୁ ଖବର ଦେଇଥିଲେ। ଖବର ପାଇ ସୁଶାନ୍ତ ପହଞ୍ଚି କାମାକ୍ଷାନଗର ଥାନାରେ ଅଭିଯୋଗ କରିଥିଲେ। ଏତଲା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଚଳାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।