jaypur
Advertisment
ଜୟପୁର(ଟି. ଗୌରିଶଙ୍କର): ଜମିଜମା ପାଇଁ ଦୀର୍ଘ ଦିନ ହେଲା ଲାଗି ରହିଥିବା ଗଣ୍ଡଗୋଳ ଶେଷରେ ରକ୍ତାକ୍ତ ସଂଘର୍ଷର ରୂପ ନେଲା। ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି। ଏପରି ଅଭାବନୀୟ ଘଟଣା କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ସଶାହାଂଡି ଜାତୀୟ ରାଜପଥ-୬୩ରେ ଘଟିଛି।
Advertisment
ଗୁରୁତରଙ୍କୁ ପ୍ରଥମେ ବୋରିଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ କୋଟପାଡ଼ ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2021/01/jaypur.jpg)