ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି। ପୁରୀ ମଙ୍ଗଳାଘାଟରେ ୬.୬୬୧ ଏକର ଜମି ମାଗଣାରେ ଦିଆଯିବ। ଜମି ରେଜିଷ୍ଟ୍ରେସନ ଫି’ ଓ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବାକୁ ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି। ଆଜି ବସିଥିଲା ରାଜ୍ୟ କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ରେ ୨୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକରେ ୨୦୦୭ ଓ ୨୦୧୫ ଶିଳ୍ପନୀତି ଓ ଫ୍ୟାକ୍ଟ୍ରି ଆକ୍ଟ ୧୯୫୮ରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଛି। […]

Puri

Manoranjan Sial
  • Published: Wednesday, 12 August 2020
  • , Updated: 12 August 2020, 07:34 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି। ପୁରୀ ମଙ୍ଗଳାଘାଟରେ ୬.୬୬୧ ଏକର ଜମି ମାଗଣାରେ ଦିଆଯିବ। ଜମି ରେଜିଷ୍ଟ୍ରେସନ ଫି’ ଓ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବାକୁ ରାଜ୍ୟ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି।

ଆଜି ବସିଥିଲା ରାଜ୍ୟ କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ରେ ୨୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକରେ ୨୦୦୭ ଓ ୨୦୧୫ ଶିଳ୍ପନୀତି ଓ ଫ୍ୟାକ୍ଟ୍ରି ଆକ୍ଟ ୧୯୫୮ରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଛି। କାରଖାନାରେ ଓଭର ଟାଇମ୍‌ ବୃଦ୍ଧିକୁ ଅନୁମୋଦନ ମିଳିଛି। ୩ ମାସରେ ୭୫ ଘଣ୍ଟା ଓଭର ଟାଇମ୍‌ ୧୧୫ ଘଣ୍ଟାକୁ ବୃଦ୍ଧି କରାଯାଇଛି। ଏଣିକି ୨୪୦ ଦିନ ବଦଳରେ ୧୮୦ ଦିନ ପରେ ଜଣକୁ ଛୁଟି ମିଳିପାରିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।

ସେ କହିଛନ୍ତି-“ମହିଳା କର୍ମଚାରୀଙ୍କ ରାତି ଡ୍ୟୁଟି ପାଇଁ ସର୍ତ୍ତମୂଳକ ଅନୁମତି ମିଳିବ। ସେହିଭଳି ବିଜେପୁର ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପକୁ ମଂଜୁରୀ ମିଳିଥିବା ବେଳେ ଏଥିପାଇଁ ୧୧୩୮.୬୩ କୋଟି ଖର୍ଚ୍ଚ ହେବ। ସ୍ୱାସ୍ଥ୍ୟ ସେବାରେ ନିର୍ମଳ ସ୍କିମର ଅବଧି ବୃଦ୍ଧି ନିଷ୍ପତ୍ତି ସହ ନିର୍ମଳ ପ୍ଲସ ଓ ନିର୍ମଳ ପ୍ଲସ ପ୍ଲସ ଯୋଜନାକୁ ମଂଜୁରୀ ମିଳିଛି। ଓଡ଼ିଶା ହେଲଥ ଆସ୍ୟୁରାନ୍ସ ସୋସାଇଟି ଗଠନ ନିଷ୍ପତ୍ତି ଫଳରେ ରାଜ୍ୟରେ ବିଜୁ କୃଷକ ବୀମାଧାରୀ ସହ ଅନ୍ୟ ହିତାଧିକାରୀ ଲାଭ ପାଇବେ। ଏହି ଯୋଜନାରେ ୭୦ ଲକ୍ଷ ପରିବାର ୫ ଲକ୍ଷ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସୁବିଧା ପାଇପାରିବେ। ମହିଳାମାନଙ୍କ କ୍ଷେତ୍ରରେ ସ୍ୱାସ୍ଥ୍ୟ ସହାୟତା ପରିମାଣ ୧୦ ଲକ୍ଷ ଟଙ୍କା ଯାଏଁ ମିଳିବ। ସେହିଭଳି ରାଜ୍ୟ କ୍ୟାବିନେଟ୍‌ ଆଜି ୮୨୭ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପକୁ ମଂଜୁରୀ ଦେଇଛି। କାଲିମେଳା, ବୈପାରୀଗୁଡ଼ା, ସାରସକଣା, ଗୋପବନ୍ଧୁନଗର, ଭୋଗରାଇ, କାଶୀନଗର, ଗୁମା ଓ ମାହାଙ୍ଗା ବ୍ଲକରେ ପାନୀୟ ଜଳ ପ୍ରକଳ୍ପ କରାଯିବ।”

ଶ୍ରୀ ତ୍ରିପାଠୀ ଆହୁରି କହିଛନ୍ତି-“ଗ୍ରୁପ୍ ସି ପରାକ୍ଷା ପାଇଁ ଆଉ କୌଣସି ସାକ୍ଷାତକାର ପରୀକ୍ଷା ହେବନି। କେବଳ ଲିଖିତ ଟେଷ୍ଟ କରି ଚାକିରି ପାଇଁ ଚୟନ କରାଯିବ।”

Related story