Advertisment

ଲକ୍ଷ୍ମୀଡୁଙ୍ଗୁରୀ ପାହାଡ଼ରେ ଭୂସ୍ଖଳନ, ଯାତାୟାତ ଠପ୍‌

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷା ଯୋଗୁ ସମ୍ବଲପୁର-ବୁର୍ଲା ରାସ୍ତର ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀଡୁଙ୍ଗୁରୀ ପାହାଡ଼ରେ ଭୂସ୍ଖଳନ ହୋଇଛି। ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ। ପାହାଡ଼ରୁ ପଥର ଖଣ୍ଡ ଗୁଡ଼ିକ ରାସ୍ତାରେ ପଡ଼ି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ମହାନଦୀ ବ୍ରିଜ ନିକଟରୁ ବ୍ୟାରିକେଟ କରାଯାଇ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱକୁ ବନ୍ଦ କରି ଦିଆଯାଇଛି। ବର୍ଷା ଲାଗି ରହିଥିବାରୁ କୌଣସି ମୂହୂର୍ତ୍ତରେ ମଧ୍ୟ ପୁଣି ଥରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ଏଥିପାଇଁ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ଲକ୍ଷ୍ମୀଡୁଙ୍ଗୁରୀ ପାହାଡ଼ରେ ଭୂସ୍ଖଳନ, ଯାତାୟାତ ଠପ୍‌

land side

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷା ଯୋଗୁ ସମ୍ବଲପୁର-ବୁର୍ଲା ରାସ୍ତର ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀଡୁଙ୍ଗୁରୀ ପାହାଡ଼ରେ ଭୂସ୍ଖଳନ ହୋଇଛି। ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ। ପାହାଡ଼ରୁ ପଥର ଖଣ୍ଡ ଗୁଡ଼ିକ ରାସ୍ତାରେ ପଡ଼ି ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Advertisment

ମହାନଦୀ ବ୍ରିଜ ନିକଟରୁ ବ୍ୟାରିକେଟ କରାଯାଇ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱକୁ ବନ୍ଦ କରି ଦିଆଯାଇଛି। ବର୍ଷା ଲାଗି ରହିଥିବାରୁ କୌଣସି ମୂହୂର୍ତ୍ତରେ ମଧ୍ୟ ପୁଣି ଥରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି। ଏଥିପାଇଁ ସେହି ରାସ୍ତା ଦେଇ ଯିବାଆସିବା କରିବାକୁ ବାରଣ କରାଯାଇଛି। ଲକ୍ଷ୍ମୀଡୁଙ୍ଗୁରି ପାହାଡ଼ରୁ ପଥର ଖସିବା ପ୍ରଥମ ଘଟଣା ନୁହେଁ। ପୂର୍ବରୁ ମଧ୍ୟ ଲକ୍ଷ୍ମୀଡୁଙ୍ଗୁରୀ ପାହାଡ଼ରୁ ପଥର ଖସିଥିଲା।

ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଗତକାଲି ଅବପାତରେ ପରିଣତ ହେବା ପରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଅତିପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ଏହାସହ ପାରାଦୀପ, ଧାମରା ଓ ଗୋପାଳପୁର ବନ୍ଦରରେ  ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Advertisment