ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍ରେ ଲମ୍ବା ଧାଡ଼ିରେ ଛିଡ଼ା ହୋଇଛନ୍ତି ଲୋକେ । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ ।
ଶେଷ ପର୍ଯ୍ୟାୟରେ ଆଜି ୧୩୧ଟି ଜିଲ୍ଲା ପରିଷଦ ଜୋନ ଏବଂ ଏହା ଅଧିନରେ ଆସୁଥିବା ୯୭୫ ପଂଚାୟତରେ ମତଦାନ ହେଉଛି । ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ୍ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।
ପୂର୍ବ ୪ଟି ପର୍ଯ୍ୟାୟରେ ବହୁ ସ୍ଥାନରେ ହିଂସା, ଅନିୟମିତତା ଦୃଷ୍ଟିରୁ ଶେଷ ପର୍ଯ୍ୟାୟ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସାରିବାକୁ ବ୍ୟାପକ ବ୍ୟବସ୍ଥା ହୋଇଛି ।
https://youtu.be/w95fZ1Cs6LU