ପୁରୀ(ଓଡ଼ିଶା ରିପୋର୍ଟର): ପୁରୀରୁ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଓକିଲ ଓ ଜଣେ ମୋହରୀର ଅଛନ୍ତି। ସେମାନଙ୍କ ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ଜୁଡିସିଆରି କୋର୍ଟ, କଲେକ୍ଟୋରିଏଟ୍, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଡିଏସଆର୍ ଅଫିସରେ ତାଲା ପଡିଲା ।
ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ ହରିହର ଛକରୁ ଟାଉନ୍ ହଲ୍ ପର୍ଯ୍ୟନ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। କରୋନା ଆକ୍ରାନ୍ତ ମୋହରୀରଙ୍କ ସ୍ତ୍ରୀ ଜୁଡିସିଆରି କୋର୍ଟରେ କାମ କରୁଥିବା ଜଣାଯାଇଛି। ତେଣୁ ଜୁଡିସିଆରି କୋର୍ଟରେ ତାଲା ପଡ଼ିଛି।
ଗଡିଶାଗଦା ଅଞ୍ଚଳରୁ ଚିହ୍ନଟ ହୋଇଥିବା ଦୁଇ ଅପରାଧୀଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବାରୁ କୋର୍ଟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । ଆଗାମୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍ କଟକଣା ବଳବତ୍ତର ରହିବ ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।