ବାତ୍ୟା ପାଇଁ ୯ ତାରିଖରେ ୯ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌ ପାଇଁ ଓଡ଼ିଶାରେ ୯ଟି ଜିଲ୍ଲାରେ ଆସନ୍ତା ୯ ତାରିଖରେ ସ୍କୁଲ ଓ ଅଙ୍ଗନବାଡ଼ି ପାଇଁ ଛୁଟି ଘୋଷଣା କରାଯାଇଛି। ବର୍ଷା ଓ ପବନ  ଯୋଗୁଁ ଉପକୂଳ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତିର ଆଶଙ୍କା ରହିଛି । ତେଣୁ ନୂଆଦିଲ୍ଲୀରୁ ଭୁବନେଶ୍ୱର ଓ ଜିଲ୍ଲାସ୍ତରରେ ବି ଘନଘନ ବୈଠକ ସହ ପ୍ରସ୍ତୁତି ବି ଆରମ୍ଭ ହୋଇଯାଇଛି । ଆଜି PMO ପକ୍ଷରୁ  ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି କେ ମିଶ୍ର ଭିଡ଼ିଓ କନଫରନେସିଂ ଯୋଗେ ସ୍ଥିତିର […]

kyara

Tapas Behera
  • Published: Thursday, 07 November 2019
  • , Updated: 07 November 2019, 09:55 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌ ପାଇଁ ଓଡ଼ିଶାରେ ୯ଟି ଜିଲ୍ଲାରେ ଆସନ୍ତା ୯ ତାରିଖରେ ସ୍କୁଲ ଓ ଅଙ୍ଗନବାଡ଼ି ପାଇଁ ଛୁଟି ଘୋଷଣା କରାଯାଇଛି। ବର୍ଷା ଓ ପବନ  ଯୋଗୁଁ ଉପକୂଳ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତିର ଆଶଙ୍କା ରହିଛି । ତେଣୁ ନୂଆଦିଲ୍ଲୀରୁ ଭୁବନେଶ୍ୱର ଓ ଜିଲ୍ଲାସ୍ତରରେ ବି ଘନଘନ ବୈଠକ ସହ ପ୍ରସ୍ତୁତି ବି ଆରମ୍ଭ ହୋଇଯାଇଛି । ଆଜି PMO ପକ୍ଷରୁ  ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି କେ ମିଶ୍ର ଭିଡ଼ିଓ କନଫରନେସିଂ ଯୋଗେ ସ୍ଥିତିର ସମୀକ୍ଷା କରିଛନ୍ତି । ସେପଟେ SRC ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି।

ପବନର ବେଗ ବଢ଼ିବା ଯୋଗୁଁ କିଛିସ୍ଥାନରେ ଗଛ, ବିଦ୍ୟୁତ୍‌ ଖୁଣ୍ଟ, କଚ୍ଚା ଘର ଓ ଯୋଗାଯୋଗ ବ୍ୟବସ୍ଥା ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେହିପରି ଅମଳ କ୍ଷମ ଫସଲ ତାର୍ପେଲିନ୍ ଓ ପଲିଥିନ୍ ଘୋଡ଼ାଇ ସୁରକ୍ଷିତ ରଖିବାକୁ କୁହାଯାଇଛି । ଏପଟେ ପବନ ଓ ବର୍ଷାଜନିତ କ୍ଷୟକ୍ଷତିର ମୁକାବିଲା ଲାଗି ପ୍ରଭାବିତ ହେବାକୁ ଥିବା ପ୍ରତି ଜିଲ୍ଲାକୁ  ଦୁଇଟି ଓଡ୍ରାଫ୍ ଓ ଗୋଟିଏ ଲେଖାଏଁ ଏନ୍‌ଡିଆରଏଫ ୟୁନିଟ୍ ପଠାଯାଇଛି ।

ଆବଶ୍ୟକ ହେଲେ ଜିଲ୍ଲା ପ୍ରଶାସନ ଲୋକଙ୍କୁ ସ୍ଥାନାନ୍ତର କରିବେ। ବାତ୍ୟା ପାଇଁ ସରକାର ପ୍ରସ୍ତୁତ ଥିବା କହିଲେ SRCଉଚ୍ଚସ୍ତରୀୟ ବୈଠକ ପରେ SRC ପ୍ରଦୀପ ଜେନା କହିଛନ୍ତି ଯେ,  ୯ ଜିଲ୍ଲାକୁ ୨ଟି ଲେଖାଏଁ ଓଡ୍ରାଫ୍ ଟିମ୍ ପଠାଯାଇଛି। ୬ ଜିଲ୍ଲାକୁ ଗୋଟିଏ ଲେଖାଏଁ ଏନ୍‌ଡିଆରଏଫ୍ ଟିମ୍ ପଠାଯାଇଛି। ଅଗ୍ନିଶମ କର୍ମଚାରୀଙ୍କୁ ସଜାଗ ରଖାଯାଇଛି।

୯ ତାରିଖରେ ୯ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଂଜ ଓ ଯାଜପୁର ଜିଲ୍ଲାରେ ଛୁଟି ଘୋଷଣା କରାଯାଇଛି। ପୂର୍ବରୁ ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ସଂପୃକ୍ତ ଜିଲ୍ଲାପାଳ। ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଆସନ୍ତାକାଲି ଓ ଶନିବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ।

Related story