ନୂଆପଡ଼ା (ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଟିପାଝର ଗାଁରେ ଜଣଙ୍କ ଘରୁ ବନ ବିଭାଗ କଲରାପତରିଆ ବାଘର ମୁଣ୍ଡ ଓ ଛାଲ ଜବତ କରିଛି।
ବିଶେଷ ସୂତ୍ରରୁ ଖବର ପାଇ ନୂଆପଡ଼ା ବନ ବିଭାଗ ଟିପାଝର ଗାଁର ଏହି ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କଲରାପତରିଆ ବାଘର ମୁଣ୍ଡ ଓ ଛାଲ ସହିତ ୨୦ କିଲୋ ବାର୍ହା ମାଂସ ଜବତ କରାଯାଇଛି। ତା’ସହିତ ବଜ୍ରକପ୍ତାର କାତି ଓ କିଛି ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।
ଏ ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଶିକାରୀଙ୍କ ସଂଖ୍ୟା ବଢିବାର ସମ୍ଭାଵନା ଅଛି। ବନ ବିଭାଗର ଏସିଏଫ ଜୟରାମ ଶବର ଓ ରେଞ୍ଜର ବିନିତା ଭୋଇ ଗାଁରେ ରହି ଘଟଣାର ତଦନ୍ତ ଚଲାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।