ଡିଏଫ୍‌ଓଙ୍କର ହେଲା ଲାଇ ଡିଟେକ୍ସନ ଟେଷ୍ଟ, ପଚରା ଗଲା ଶହେ ପ୍ରଶ୍ନ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କର ହୋଇଛି ଲାଇ ଡିଟେକ୍ସନ ଟେଷ୍ଟ। ଭୁବନେଶ୍ୱର ଫୋରେନସିକ୍‌ ଲ୍ୟାବରେ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି। ତାଙ୍କୁ ପ୍ରାୟ ୩ ଘଣ୍ଟା କାଳ ଟେଷ୍ଟରେ ୧୦୦ ପ୍ରଶ୍ନ ପ୍ରଚରା ଯାଇଥିବା ସୂଚନା ମିଳିଛି। ଲାଇ ଡିଟେକ୍ସନ ଟେଷ୍ଟ ନେଇ ବିଶ୍ୱସ୍ତ ସୂତ୍ରରୁ ମିଳିଛି ସୂଚନା। ସେପଟେ ସୌମ୍ୟଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଇ ଡିଟେକ୍ସନ ଟେଷ୍ଟ ହୋଇଥିବା ସୂଚନା […]

DFO

DFO

Manoranjan Sial
  • Published: Saturday, 18 September 2021
  • Updated: 18 September 2021, 04:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କର ହୋଇଛି ଲାଇ ଡିଟେକ୍ସନ ଟେଷ୍ଟ। ଭୁବନେଶ୍ୱର ଫୋରେନସିକ୍‌ ଲ୍ୟାବରେ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି। ତାଙ୍କୁ ପ୍ରାୟ ୩ ଘଣ୍ଟା କାଳ ଟେଷ୍ଟରେ ୧୦୦ ପ୍ରଶ୍ନ ପ୍ରଚରା ଯାଇଥିବା ସୂଚନା ମିଳିଛି। ଲାଇ ଡିଟେକ୍ସନ ଟେଷ୍ଟ ନେଇ ବିଶ୍ୱସ୍ତ ସୂତ୍ରରୁ ମିଳିଛି ସୂଚନା। ସେପଟେ ସୌମ୍ୟଙ୍କ ରୋଷେୟା ମନ୍ମଥ କୁମ୍ଭଙ୍କର ଲାଇ ଡିଟେକ୍ସନ ଟେଷ୍ଟ ହୋଇଥିବା ସୂଚନା ମିଳିଛି। ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପରେ ବିବାଦରେ ଥିଲେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା। ବିଦ୍ୟାଭାରତୀଙ୍କ ସହିତ ତାଙ୍କ ଅନୈତିକ ସମ୍ପର୍କ ଥିବା ଇଙ୍ଗିତ କରାଯାଇଥିଲା। ଏପରିକି ସୌମ୍ୟାଙ୍କ ପରିବାର ଲୋକ ସିଧାସିଧା ଆଙ୍ଗୁଳି ନିର୍ଦ୍ଦେଶ କରିବା ସହିତ ପାରଳାଖେମୁଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସୌମ୍ୟଙ୍କ ବାପାଙ୍କ ଅଭିଯୋଗ ଆଧାରରରେ ପୁଲିସ ତଦନ୍ତ ଆରମ୍ଭ କରିଥିଲା। ପରବର୍ତ୍ତୀ ସମୟରେ ଡିଏଫ୍‌ଓ, ରୋଷେୟାଙ୍କୁ ପୂର୍ବତନ ପାରଳାଖେମୁଣ୍ଡି ଏସ୍‌ପି କ୍ଲିନ୍‌ଚିଟ୍‌ ଦେଇଥିଲେ। ଯାହାକୁ ସୌମ୍ୟଙ୍କ ପରିବାର ଲୋକେ ବିରୋଧ କରିଥିଲେ। ପୁଅ ହତ୍ୟାକରୀଙ୍କୁ ଗିରଫ କରାନଗଲେ ଆତ୍ମାହୂତି ଦେବୁ ବୋଲି ଚେତାବନୀ ଦେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିଥିଲେ ସୌମ୍ୟଙ୍କ ବାପା-ମାଆ। ଏହାପରେ ଘଟଣାର  କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଡିଜିପି ନିର୍ଦ୍ଦେଶ ଦେଇଥିଲେ।

ଡିଜିପିଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା, ଓଆଇସି ମମାତା, ରୋଷେୟ ମନ୍ମଥ କୁମ୍ଭଙ୍କୁ ମାରାଥନ ଜେରା କରାଯାଇଥିଲା। ଏପରିକି କ୍ରାଇମବ୍ରାଞ୍ଚ ସୌମ୍ୟଙ୍କ ଘରକୁ ଯାଇଥିଲା। ସେଠାରେ ସୌମ୍ୟାଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ଼ କରିଥିଲା। ପରେ ବିଦ୍ୟାଭାରତୀଙ୍କ ଘରକୁ ଯାଇଥିଲା କ୍ରାଇମବ୍ରାଞ୍ଚ। ସେଠାରେ ତାଙ୍କୁ ଦୀର୍ଘ ସମୟ ଧରି ପଚରାଉଚରା କରାଯାଇଥିଲା।

ବାବାହର ମାସେ ପରେ ସୌମ୍ୟରଞ୍ଜନ ଓ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପାରଳାଖେମୁଣ୍ଡି ସ୍ଥିତ ସରକାରୀ କ୍ୱାର୍ଟର୍ସକୁ ଚାଲି ଯାଇଥିଲେ। ସେଠାରେ ସ୍ୱାମୀ ଓ ସ୍ତ୍ରୀ ରହୁଥିଲେ। ତେବେ ଜୁଲାଇ ୧୨ ତାରିଖ ରାତିରେ ସୌମ୍ୟ ଓ ପତ୍ନୀ ବିଦ୍ୟାଭାରତୀ କ୍ୱାର୍ଟର୍ସରେ ଥିଲେ। ରାତି ପ୍ରାୟ ୯ଟା ବେଳେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିଲା। ଏନେଇ ସୌମ୍ୟଙ୍କ ପତ୍ନୀ ବିଦ୍ୟା ଭାରତୀ ପଡ଼ୋଶୀଙ୍କୁ ସୂଚନା ଦେଇଥିଲେ। ତା’ପରେ ତାଙ୍କୁ ମେଡିକାଲ୍‌ ନେବା ପାଇଁ ଆମ୍ୱୁଲାନ୍ସକୁ ଫୋନ୍‌ କରାଯାଇଥିଲା। ମାତ୍ର ଆମ୍ୱୁଲାନ୍ସ ଆସିବାରେ ବିଳମ୍ୱ ହେବାରୁ ଅଫିସ୍‌ ଗାଡ଼ିରେ ସୌମ୍ୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ପରେ ତାଙ୍କୁ କଟକର ଏକ ଘରୋଇ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ୧୩ ତାରିଖ ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ସରକାରୀ କ୍ୱାର୍ଟର୍ସରେ ସୌମ୍ୟ ଓ ବିଦ୍ୟାଭାରତୀ ନୁହେଁ ଥିଲେ। ତେବେ ସୌମ୍ୟଙ୍କ ଶରୀରରେ କେମିତି ଲାଗିଲା ନିଆଁ? ତାହା ପତ୍ନୀ ବିଦ୍ୟାଭାରତୀ କେମିତି ଜାଣିପାରିଲେ ନାହିଁ। ସ୍ୱାମୀ ମରିବାର ଦୁଇ ଦିନ ପରେ ମଧ୍ୟ ବିଦ୍ୟା ମୁହଁ ଖୋଲିନଥିଲେ। ଏହାକୁ ନେଇ ସୌମ୍ୟଙ୍କ ପରିବାର ବଦ୍ୟାଙ୍କ ବିରୋଧରେ ଆଣିଥିଲେ ସଙ୍ଗୀନ ଅଭିଯୋଗ। ମାନସିକ ଚାପ ଓ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କ ସହିତ ଅନୈତିକ ସମ୍ପର୍କ ରଖିଥିବା ସୌମ୍ୟଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। ପରବର୍ତ୍ତୀ ସମୟରେ ବିଦ୍ୟା ଓ ସଂଗ୍ରାମ ଏହାକୁ ଖଣ୍ଡନ କରିଥିଲେ। ତେବେ ସୌମ୍ୟଙ୍କ ବାପାଙ୍କ ଅଭିଯୋଗ ପରେ ପାରଳାଖେମୁଣ୍ଡି ଥାନା ପୁଲିସ ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos