ନୂଆଁଖାଇରେ ମା’ ସମଲେଶ୍ୱରୀ ପୀଠରେ ଆରମ୍ଭ ହେଲା ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’, ଖର୍ଚ୍ଚ ସାଢ଼େ ୭କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ସମ୍ବଲପୁରର ପ୍ରତିଷ୍ଠିତ ମା’ ସମଲେଶ୍ୱରୀ ମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଉଦଘାଟନ କରିଛନ୍ତି। ପ୍ରାୟ ସାଢ଼େ ୭କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ କରାଯାଇଛ। ୩୭ମିନିଟର ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’କୁ ଉଭୟ ଓଡ଼ିଆ ଓ ହିନ୍ଦି ଭାଷାରେ ଅନୁଭବ କରିହେବ। ଭର୍ଚୁଆଲ ମୋଡରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି […]

Light-and-sound

Light-and-sound

Ordigital Desk
  • Published: Saturday, 11 September 2021
  • Updated: 11 September 2021, 10:30 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ସମ୍ବଲପୁରର ପ୍ରତିଷ୍ଠିତ ମା’ ସମଲେଶ୍ୱରୀ ମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ଉଦଘାଟନ କରିଛନ୍ତି। ପ୍ରାୟ ସାଢ଼େ ୭କୋଟି ଟଙ୍କା ବ୍ୟୟରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ କରାଯାଇଛ। ୩୭ମିନିଟର ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’କୁ ଉଭୟ ଓଡ଼ିଆ ଓ ହିନ୍ଦି ଭାଷାରେ ଅନୁଭବ କରିହେବ।

ଭର୍ଚୁଆଲ ମୋଡରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଏହି ଲାଇଟ୍ ଆଣ୍ଡ ସାଉଣ୍ଡ୍ ଶୋ’ ଏଠାକୁ ଆସୁଥିବା ଭକ୍ତମାନଙ୍କୁ ସମ୍ବଲପୁର ତଥା ଓଡ଼ିଶାର ଗୌରବମୟ ଇତିହାସ ବିଷୟରେ ପରିଚିତ କରାଇବ । ସମ୍ବଲପୁରୀ ଭାଷାରେ ମିଠାସ୍ ରହିଛି । ସମ୍ବଲପୁରୀ ଭାଷାରେ ଆମର ବନ୍ଧୁମାନେ ଯେତେବେଳେ କଥା ହୁଅନ୍ତି ତାହା ତାଙ୍କୁ ବହୁତ ଭଲ ଲାଗେ। ସମ୍ବଲପୁରୀ ଗୀତ ସାରା ଦେଶରେ ପ୍ରସିଦ୍ଧ। ସମ୍ବଲପୁରୀ ନୃତ୍ୟ ଓ ଗୀତ ଅତି ମନଛୁଆଁ। ସମ୍ବଲପୁରୀ ଶାଢ଼ୀ କେବଳ ଓଡ଼ିଶାରେ ନୁହେଁ ସାରା ଭାରତର ଗୌରବ ବୃଦ୍ଧି କରିଛି । ନୃସିଂହନାଥ ଓ ହରିଶଙ୍କର ମନ୍ଦିରର ବିକାଶ ପାଇଁ ଯୋଜନା କରାଯାଇଛି। ସମଲେଶ୍ୱରୀ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ଏହି ରୂପାନ୍ତରଣରେ ସବୁଠୁ ଅଧିକ ଉପକାର ସ୍ଥାନୀୟ ଲୋକମାନେ ପାଇବେ। ଆମ ସଂସ୍କୃତି, ପରମ୍ପରାକୁ ବିଶ୍ୱମୁଖୀ କରି ଅର୍ଥନୀତିକୁ ସମୃଦ୍ଧ କରିବା ହେଉଛି ଏହି ରୂପାନ୍ତରଣର ଲକ୍ଷ୍ୟ। ମା’ ସମଲେଶ୍ୱରୀ ପୀଠକୁ ଲକ୍ଷଲକ୍ଷ ଭକ୍ତ ଆସୁଛନ୍ତି। ଏହି ରୂପାନ୍ତରଣ ସେମାନଙ୍କୁ ପବିତ୍ର ଅନୁଭବ ଦେବାରେ ସାହାଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

https://twitter.com/Naveen_Odisha/status/1436702031171911687?s=20

ଏହି ଉଦଘାଟନ କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ , ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମା’ ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ସଭାପତି ସଞ୍ଜୟ କୁମାର ବାବୁ, ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ ସାକସେନା, ଓଟିଡିସି ଜେନେରାଲ ମ୍ୟାନେଜର ଶାନ୍ତନୁ କୁମାର ମହାନ୍ତି, ଉପଜିଲ୍ଲାପାଳ ମୟୂର ସୂର୍ଯ୍ୟବଂଶୀ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ହେମନ୍ତ ପ୍ରଧାନଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇଥିଲେ ।

ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ଅତ୍ୟାଧୁନିକ ଜ୍ଞାନକୌଶଳରେ ପ୍ରସ୍ତୁତ ଏହି ୩୭ମିନିଟର ଏହି ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’କୁ ଉଭୟ ଓଡ଼ିଆ ଓ ହିନ୍ଦି ଭାଷାରେ ଶ୍ରଦ୍ଧାଳୁମାନେ ଉପଭୋଗ କରିପାରିବେ । ସମ୍ବଲପୁର ଓ ଷୋଡ଼ଶ ଶତାବ୍ଦୀର ପ୍ରସିଦ୍ଧ ଏହି ମା’ ସମଲେଶ୍ୱରୀ ମନ୍ଦିରର ଗୌରବମୟ ଇତିହାସ ସମ୍ପର୍କରେ ଶ୍ରଦ୍ଧାଳୁମାନେ ଜାଣିବାର ସୁଯୋଗ ପାଇବେ। ସମ୍ବଲପୁର ବିଶ୍ୱବିଦ୍ୟାଳୟର ଇତିହାସ ବିଭାଗର ଅଧ୍ୟାପକମାନଙ୍କର ଗବେଷଣାତ୍ମକ ତଥ୍ୟକୁ ଏହି ଶୋ’ରେ ଜୀବନ୍ତ ରୂପ ଦେବାକୁ ପ୍ରୟାସ କରାଯାଇଛି। ପଦ୍ମ ପୁରସ୍କାରପ୍ରାପ୍ତ କବି ହଳଧର ନାଗଙ୍କ କବିତା ଓ ପଙ୍କଜ ଜାଲଙ୍କ ସଙ୍ଗୀତ ଏହାକୁ ଅଧିକ ମନ୍ତ୍ରମୁଗ୍ଧ ଓ ପବିତ୍ର ସ୍ପର୍ଶ ଦେଇଛି। ଏହାବ୍ୟତୀତ ନୂଆଁଖାଇ ଅବସରରେ ପଶ୍ଚିମଓଡ଼ିଶାର କଳାକାରମାନଙ୍କୁ ନେଇ ଭର୍ଚୁଆଲ ମୋଡରେ ସାଂସ୍କୃତିକ କାର୍ଯ୍ୟକ୍ରମ ‘ନୂଆଁଖାଇ ଭେଟଘାଟ’ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମତୀ ମିଶ୍ର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos