ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟାନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର।  କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ୬ ଓ ୭ ତାରିଖରେ […]

Heavy-Rain

Tapas Behera
  • Published: Sunday, 05 September 2021
  • , Updated: 05 September 2021, 03:25 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟାନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର।  କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ୬ ଓ ୭ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡିଶାରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର। ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି। ୧ ଜୁନ ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।

Related story