କଣ୍ଟାବାଞ୍ଜି(ଅନ୍ତିମ ପାଣିଗ୍ରାହୀ): କପା ଚାଷ ଜମିରେ ଟଳି ପଡ଼ିଲେ ଚାଷୀ। ଚାଷ କାମ କରୁଥିବା ବେଳେ ବଜ୍ରପାତ ହେବାରୁ ଚାଷୀଙ୍କ ମୃତ୍ୟୁ ଘଟିଛି। ଆଜି ଏପରି ଘଟଣା ବଲାଙ୍ଗିର ଜିଳ୍ଲା ତୁରେଇକେଲା ନାଥା ଅଞ୍ଚଳରେ ଘଟିଛି।
ତୁରକେଲା ଥାନା କାଦୋବେଡା ଗାଁର ପତି ଝାଙ୍କର ପେଶାରେ ଜଣେ ଚାଷୀ। ଆଜି ସେ ନିଜ ଚାଷ ଜମିକୁ କପା ଚାଷ କରିବାକୁ ଯାଇଥିଲେ। ଜଙ୍ଗଲ ପାଖ ବିଲରେ କାମ କରୁଥିବା ବେଳେ ହଠାତ୍ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ପରେ ବର୍ଷିବା ସହିତ ଘଡ଼ଘଡ଼ି ମାରିଥିଲା। ଫଳରେ ସେ ଚେତା ହରାଇ ଚାଷ ଜମିରେ ପଡ଼ିଯାଇଥିଲେ ପତି।
ଅନ୍ୟପକ୍ଷରେ ପତି ଦୀର୍ଘ ସମୟ ଧରି ଘରକୁ ଫେରିନଥିଲେ। ପରେ ପରିବାର ଲୋକେ ଗାଁ ପାଖ ଜଙ୍ଗଲ ବିଲକୁ ଖୋଜିବାକୁ ଯାଇଥିଲେ। ସେତେବେଳେ ପତି ବିଲ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରବାର ଲୋକେ ତାଙ୍କୁ ଉଦ୍ଧାର କରି ତୁରେକେଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତୁରେକେଲା ଥାନା ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।