ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର): ସମ୍ପର୍କିୟଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ଯାଇଥିଲେ। ହେଲେ ଶବ ହୋଇ ଫେରିଲେ ମା’ ପୁଅ। ଝାରସୁଗୁଡା ଜିଲ୍ଲା ବନହରପାଲି ଥାନା ଅନ୍ତର୍ଗତ ବାସୁପାଲି ଗ୍ରାମରେ ଆଜି ଏଭଳି ଅଘଟଣ ଘଟିଛି।
ମୃତକମାନେ ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଦର୍ଲିପାଲି ଗ୍ରାମର କସ୍ତୁରୀ ରୋହିଦାସ(୫୦) ଓ ତାଙ୍କ ପୁଅ ଡୋଳାମଣି ରୋହିଦାସ(୨୭)। ଏହି ବଜ୍ରାଘାତରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ବାସୁପାଲିର ମହେନ୍ଦ୍ର ରୋହିଦାସ। ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ସୂଚନା ମୁତାବକ, ସମସ୍ତେ ବାସୁପାଲି ଗ୍ରାମକୁ ଏକ ଶୁଦ୍ଧି କ୍ରିୟାରେ ଯୋଗ ଦେବାପାଇଁ ଯାଇଥିଲେ। ଶୁଦ୍ଧିକ୍ରିୟାର ଏକାଦଶାହ ଭୋଜି ଚାଲିଥିବା ବେଳେ ବଜ୍ରାଘାତ ହୋଇଥିଲା। ଯେଉଁଥିରେ ମା’, ପୁଅ ଓ ଅନ୍ୟ ଜଣେ ଭୋଜି ଖାଇବା ସ୍ଥାନରେ ଅଚେତ ହୋଇପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ମା’ ଓ ପୁଅଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣା ପରେ ଏହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।