ଯାଇନି ଦୁଃଖ ଓ କମିନି ଯନ୍ତ୍ରଣା, ଆସିଲାଣି ଆଉ ଗୋଟିଏ ଲଘୁଚାପ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଇନି ଦୁଃଖ ଓ କମିନି ଯନ୍ତ୍ରଣା! ଏବେବି ଗାଁରେ ଲହଡ଼ି ମାରୁଛି ବନ୍ୟା ପାଣି। ବନ୍ୟା ପ୍ରପୀଡ଼ିତଙ୍କ ଦୁଃଖ ଯାଇନଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ ମିଆଁମାର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବ। ହେଲେ ୧୯ ଓ ୨୦ ତାରିଖ […]

Rain-Odisha

  • Published: Wednesday, 17 August 2022
  • , Updated: 17 August 2022, 09:30 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଇନି ଦୁଃଖ ଓ କମିନି ଯନ୍ତ୍ରଣା! ଏବେବି ଗାଁରେ ଲହଡ଼ି ମାରୁଛି ବନ୍ୟା ପାଣି। ବନ୍ୟା ପ୍ରପୀଡ଼ିତଙ୍କ ଦୁଃଖ ଯାଇନଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ ମିଆଁମାର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବ। ହେଲେ ୧୯ ଓ ୨୦ ତାରିଖ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କାନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1559849467041304582?s=20&t=ea11sc61RYAHyMb2GxvSiw

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାରୀ ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।

https://twitter.com/mcbbsr/status/1559864310201225216?s=20&t=ea11sc61RYAHyMb2GxvSiw

୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/PIBBhubaneswar/status/1559859868214837249?s=20&t=ea11sc61RYAHyMb2GxvSiw

ଲଘୁଚାପ ଜନିତ ବର୍ଷା ପ୍ରଭାବରେ ୧୯ ଓ ୨୦ ତାରିଖରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଜଳମଗ୍ନ ହେବ। ଭୂସ୍ଖଳନ ହେବାର ସମ୍ଭାବନା ରହିଛି।

Related story