ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା କଟକଣା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ଖୁବ୍ ଶୀଘ୍ର ଖୋଲିବାକୁ ଯାଉଛି ଧର୍ମାନୁଷ୍ଠାନ । ଆସନ୍ତା ୨୭ ତାରିଖରୁ ଖୋଲିବ ଲିଙ୍ଗରାଜ ମନ୍ଦିର । ଆସନ୍ତା ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ମିଳିବ ।
ଜାନୁଆରୀ ୧ ଓ ୨ ତାରିଖ ମନ୍ଦିର ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି । ପରେ ଜାନୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜଧାନୀବାସୀ ଲିଙ୍ଗରାଜଙ୍କ ଦର୍ଶନର ସୁଯୋଗ ପାଇବେ । ୬ ତାରିଖରୁ ସାଧାରଣ ଭକ୍ତଙ୍କ ଲାଗି ଉନ୍ମୁକ୍ତ ହେବ ମନ୍ଦିର ପରିସର ।
ତେବେ ଲିଙ୍ଗରାଜ ମନ୍ଦିର ପ୍ରବେଶ ପାଇଁ ଚାହୁଁଥିବା ଭକ୍ତଙ୍କୁ ୪-୫ ଦିନ ତଳର କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇବାକୁ ପଡ଼ିବ। ତାହା ହେଲେ ମନ୍ଦିରରେ ପ୍ରବେଶ ଅନୁମତି ମିଳିବ । କେବଳ ଆଡକାଠ ପର୍ଯ୍ୟନ୍ତ ଭକ୍ତମାନେ ଯାଇ ଦର୍ଶନ କରିପାରିବେ ।
ଲିଙ୍ଗରାଜ ମନ୍ଦିରରେ ଏକକାଳୀନ ସର୍ବାଧିକ ୫ ଶହ ଭକ୍ତ ଉପସ୍ଥିତ ରହିବା ନେଇ ବି ଜାରି ହୋଇଛି ଏସଓପି । ଦର୍ଶନ ପାଇଁ ମନ୍ଦିର ବାହାରଠାରୁ ଆରମ୍ଭ କରି ବେଢା ଭିତର ପର୍ଯ୍ୟନ୍ତ ବ୍ୟାରିକେଡ କଟକଣା ରହିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିକା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିକା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।