ପହିଲାରୁ ଖୋଲିବ ଲିଙ୍ଗରାଜ ମନ୍ଦିର, କେଉଁ ମାନଙ୍କୁ ମନା ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାର କୋପ ସାମାନ୍ୟ କମିବା ପରେ ରାଜ୍ୟର ଅଧିକାଂଶ ଧର୍ମାନୁଷ୍ଠାନ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଛି। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କୁ ଦର୍ଶନ କଲେଣି ଶ୍ରଦ୍ଧାଳୁ। ହେଲେ ଆଜି ପର୍ଯ୍ୟନ୍ତ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲିନାହିଁ। ଆସନ୍ତା ୧ରୁ ସର୍ବସାଧାରଣଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଖୋଲିବ। ସେଥିପାଇଁ କୋଭିଡ୍‌ ମାର୍ଗଦର୍ଶିକା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ବିଏମ୍‌ସିର ଗାଇଡ୍‌ଲାଇନ୍‌ ଅନୁସାରେ ପ୍ରତ୍ୟେକ ଦର୍ଶନାର୍ଥୀ ନେଇଥିବା ୨ଟି ଡୋଜ ଟିକା ପ୍ରମାଣପତ୍ର ଦେଖାଇବା ଜରୁରୀ। ଗର୍ଭଗୃହରେ ଦର୍ଶନ […]

Lingaraj temple

Lingaraj temple

Manoranjan Sial
  • Published: Friday, 27 August 2021
  • Updated: 27 August 2021, 05:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାର କୋପ ସାମାନ୍ୟ କମିବା ପରେ ରାଜ୍ୟର ଅଧିକାଂଶ ଧର୍ମାନୁଷ୍ଠାନ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଛି। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କୁ ଦର୍ଶନ କଲେଣି ଶ୍ରଦ୍ଧାଳୁ। ହେଲେ ଆଜି ପର୍ଯ୍ୟନ୍ତ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ଖୋଲିନାହିଁ। ଆସନ୍ତା ୧ରୁ ସର୍ବସାଧାରଣଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଖୋଲିବ। ସେଥିପାଇଁ କୋଭିଡ୍‌ ମାର୍ଗଦର୍ଶିକା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)।

ବିଏମ୍‌ସିର ଗାଇଡ୍‌ଲାଇନ୍‌ ଅନୁସାରେ ପ୍ରତ୍ୟେକ ଦର୍ଶନାର୍ଥୀ ନେଇଥିବା ୨ଟି ଡୋଜ ଟିକା ପ୍ରମାଣପତ୍ର ଦେଖାଇବା ଜରୁରୀ। ଗର୍ଭଗୃହରେ ଦର୍ଶନ ସମ୍ପୂର୍ଣ୍ଣ ବାରଣ ରହିଛି। ଥରକେ ୧୦୦ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ସେବାୟତମାନେ ଶ୍ରଦ୍ଧାଳୁଙ୍କଠାରୁ ଭୋଗ ଗ୍ରହଣ କରିପାରିବେ ନାହିଁ। ପ୍ରତ୍ୟେକ ଶ୍ରଦ୍ଧାଳୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସାମାଜିକ ଦୂରତା ମାନିବା ବାଧ୍ୟତାମୂଳକ କରାଯାଇଛି।

ରୋଗାକ୍ରାନ୍ତ, ବୟସ୍କ, ଗର୍ଭବତୀ, ୧୮ ବର୍ଷରୁ କମ୍‌ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରା କଟକଣା ଲଗା ଯାଇଛି। ନିୟମ ପାଳନରେ ତ୍ରୁଟି ହେଲେ ମନ୍ଦିର ଖୋଲାଯିବା ନିଷ୍ପତ୍ତି ପ୍ରତ୍ୟାହାର ହେବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି।

ସେପଟେ ଗତ ୨୩ ତାରିଖରୁ ଖୋଲିଛି ମହାପ୍ରଭୁଙ୍କ ସିଂହଦ୍ୱାର। କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରି ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ତେବେ ଏଥିପାଇଁ ଆର୍‌ଟିପିସିଆର୍‌ ନେଗେଟିଭ କିମ୍ବା ଓ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଥିବା ବେଳେ ସୁରକ୍ଷା ପାଇଁ ୧୦ ପ୍ଲାଟୁନ୍‌ରୁ ଅଧିକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

ଶୃଙ୍ଖଳିତ ଦର୍ଶନ ପାଇଁ ସିଂହ ପଟେ ପ୍ରବେଶ ଓ ଉତ୍ତର ଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା କରାଯାଇଛି। ବୃଦ୍ଧ ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନର ବ୍ୟବସ୍ଥା କରାଯାଇଛି। ସକାଳ ୭ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ ବ୍ୟବସ୍ଥା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos