ସୋର(ଶଶୀକାନ୍ତ ବେହେରା): ପୁଲିସ ଗୋଡ଼ାଇବାରୁ ମଦ ବୋଝେଇ ଗାଡ଼ି ରାସ୍ତା ପାଖରେ ଓଲଟି ପଡ଼ିଲା। ଏପରି ଘଟଣା ବାଲେଶ୍ୱର ଜିଲ୍ଲାରେ ଘଟିଛି। ପୁଲସ ମଦ ବେପାରୀଙ୍କୁ ଗିରଫ କରିବା ସହିତ ଗାଡ଼ି ଓ ମଦ ଜବତ କରିଛି।
ପୁରୁଣା ବାଲେଶ୍ୱର ଅଞ୍ଚଳରୁ ସେଖ ଆଲାମ, ସେଖ ଜବର ଓ ସେଖ ହବିବୁଲା ଏକ ବୋଲେରୋରେ ୩୦୦ ଲିଟରରୁ ଅଧିକ ମଦ ଧରି ସୋର ଅଭିମୁଖେ ଆସୁଥିଲେ। ଏ ସମ୍ପର୍କରେ ଗୋପାଳପୁର ଥାନା ପୁଲିସ ଜାଣିପାରି ଗାଡ଼ିଟିକୁ ପିଛା କରିଥିଲା। ପୁଲିସ ଗାଡ଼ି ଦେଖି ମଦ ବେପାରୀମାନେ ଦ୍ରୁତ ଗତିରେ ପଳାଇବାକୁ ଉଦ୍ୟମ କରୁଥିଲେ। ତେବେ ସାହସପୁର ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡ଼ିଥିଲା। ଫଳରେ ଗାଡ଼ି ଭିତରେ ଥିବା ତିନି ମଦ ବେପାରୀ ଆହତ ହୋଇଥିଲେ। ଘଟଣାସ୍ଥଳରେ ପହଞ୍ଚି ପୁଲିସ ସେମାନଙ୍କୁ ଉଦ୍ଧାର କରି ମେଡିକାଲ୍ରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ କୋର୍ଟ ଚାଲାଣ କରିଛି। ଅନ୍ୟପକ୍ଷରେ ପୁଲିସ ମଦ ଓ ଗାଡ଼ିକୁ ଜବତ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?