Advertisment

ଭୁବନେଶ୍ୱରରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। ଏନେଇ ଭୁବନେଶ୍ୱର ମହାନଗର ନିଗମ ସ୍ପଷ୍ଟ କରିଛି। ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ, ଏବେ ବି ଭୁବନେଶ୍ୱର ହଟସ୍ପଟ୍ ବା ରେଡ୍ ଜୋନ୍ ବର୍ଗରେ ଥିବାରୁ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। କରୋନା ବ୍ୟାପିବାରୁ ରୋକିବା ପାଇଁ ପରବର୍ତ୍ତୀ ସମୀକ୍ଷା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ସୂଚନା ଦିଆଯାଇଛି। ଏନେଇ ସହଯୋଗ କରିବା ପାଇଁ ବିଏମ୍‌ସି ଜନସାଧାରଣଙ୍କୁ ଅନୁରୋଧ କରିଛି। ସୂଚନାଯୋଗ୍ୟ, […]

author-image
Jyoshna Pradhan
ଅଦ୍ୟତନ ହୋଇଛି
ଭୁବନେଶ୍ୱରରେ ବଳବତ୍ତର ରହିବ ଲକ୍‌ଡାଉନ୍‌ କଟକଣା

bmc

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। ଏନେଇ ଭୁବନେଶ୍ୱର ମହାନଗର ନିଗମ ସ୍ପଷ୍ଟ କରିଛି।

Advertisment

ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ଯେ, ଏବେ ବି ଭୁବନେଶ୍ୱର ହଟସ୍ପଟ୍ ବା ରେଡ୍ ଜୋନ୍ ବର୍ଗରେ ଥିବାରୁ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। କରୋନା ବ୍ୟାପିବାରୁ ରୋକିବା ପାଇଁ ପରବର୍ତ୍ତୀ ସମୀକ୍ଷା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ସୂଚନା ଦିଆଯାଇଛି। ଏନେଇ ସହଯୋଗ କରିବା ପାଇଁ ବିଏମ୍‌ସି ଜନସାଧାରଣଙ୍କୁ ଅନୁରୋଧ କରିଛି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୨ ଜଣ ଚିକିତ୍ସାଧୀନ ରହିଛନ୍ତି। ୩୫ ଜଣ ସୁସ୍ଥ ହୋଇଛନ୍ତି। ଏହାସହ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି।

Advertisment