ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ କରୋନା ସଂକ୍ରମଣକୁ ବ୍ରେକ୍ ଦେବାକୁ ରାଜ୍ୟ ସରକାର ଘୋଷଣା କରିଥିବା ଲକଡାଉନ୍ ନିୟମକୁ କଡ଼ାକଡ଼ି ପାଳନ କରାଯିବ। ଏ ନେଇ ଆଜି ବିଭିନ୍ନ ଜିଲ୍ଲା ଗସ୍ତ କରି ଏସପିମାନଙ୍କ ସହ ଆଲୋଚନା ପରେ ଏହି ସୂଚନା ଦେଇଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅଭୟ । ୫ରୁ ୧୯ ତାରିଖ ଯାଏଁ ହେବାକୁ ଥିବା ଏହି ଲକଡାଉନ୍ ବେଳେ ପୁଲିସ ଅଧିକ କଠୋର ହେବ ବୋଲି ଡିଜିପି କହିଛନ୍ତି।
ଏଥିପାଇଁ ପୁଲିସ ପ୍ରଶାସନ ମଧ୍ୟ ସବୁ ପ୍ରକାର ପ୍ରସ୍ତୁତ ଥିବା କହିଛନ୍ତି ଅଭୟ l ଡିଜିପି ଆଜି ସୁନ୍ଦରଗଡ଼, ରାଉରକେଲା, ସମ୍ବଲପୁର ଓ ଝାରସୁଗୁଡ଼ା ଗସ୍ତରେ ଯାଇ ସେଠାକାର ସ୍ଥିତି ସମୀକ୍ଷା ସାଙ୍ଗକୁ ଏସପିଙ୍କ ସହ ଆଲୋଚନା କରି ଲକ଼ଡାଉନ୍ ନିୟମକୁ ପାଳନ ପାଇଁ କଡ଼ା ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।
କରୋନା ସଂକ୍ରମଣ ଚେନ୍ରେ ବ୍ରେକ୍ ଲଗାଇବା ପାଇଁ ରାଜ୍ୟ ସରକାର ରାଜ୍ୟରେ ୧୪ ଦିନିଆ ଲକ୍ ଡାଉନ୍ ଘୋଷଣା କରିଛନ୍ତି। ମେ’ ୫ ତାରିଖ ସକାଳୁ ଲକ୍ ଡାଉନ୍ କଟକଣା ଆରମ୍ଭ ହେବ ଓ ଏହା ମେ’ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ବଳବତ୍ତର ରହିବ। ଆଉ ଏହା ମଧ୍ୟରେ ଶନିବାର ଓ ରବିବାର ହେଉଥିବା ସପ୍ତାହାନ୍ତ ଶଟ୍ଡାଉନ୍ ବଳବତ୍ତର ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।