ବିଷ୍ଣୁପଦ ସେଠୀଙ୍କୁ ଲୋକାୟୁକ୍ତଙ୍କ ନୋଟିସ, ‘୬ ସପ୍ତାହରେ ଜବାବ ଦିଅ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଓମ୍‌ଫେଡ୍‌ ଦୁର୍ନୀତି ମାମଲାରେ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ଲୋକାୟୁକ୍ତଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି । ୬ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ନୋଟିସରେ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଉତ୍ତର ରଖିବାକୁ ନୋଟିସ ଜାରି ହୋଇଛି । ୨୦୧୫ ଅଗଷ୍ଟରୁ ୨୦୧୬ ଜୁନ୍ ଭିତରେ ବିଷ୍ଣୁପଦ ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଥିଲେ। ବିଷ୍ଣୁପଦଙ୍କ କାର୍ଯ୍ୟାଳୟରେ ଓମ୍‌ଫେଡରେ ଏକ ବଡ଼ ଧରଣର ଦୁର୍ନୀତି ହୋଇଥିଲା […]

bishnu

Niharika Rout
  • Published: Thursday, 07 January 2021
  • , Updated: 07 January 2021, 02:05 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଓମ୍‌ଫେଡ୍‌ ଦୁର୍ନୀତି ମାମଲାରେ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ଲୋକାୟୁକ୍ତଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି । ୬ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ନୋଟିସରେ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଉତ୍ତର ରଖିବାକୁ ନୋଟିସ ଜାରି ହୋଇଛି ।

୨୦୧୫ ଅଗଷ୍ଟରୁ ୨୦୧୬ ଜୁନ୍ ଭିତରେ ବିଷ୍ଣୁପଦ ଓମଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଥିଲେ। ବିଷ୍ଣୁପଦଙ୍କ କାର୍ଯ୍ୟାଳୟରେ ଓମ୍‌ଫେଡରେ ଏକ ବଡ଼ ଧରଣର ଦୁର୍ନୀତି ହୋଇଥିଲା । ଏନେଇ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ସୂଚନା ଅଧିକାରୀ କର୍ମୀ ପ୍ରଦୀପ ପ୍ରଧାନ ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଥିଲେ ।

ସୂଚନାଯୋଗ୍ୟ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କରେ ଦୁର୍ନୀତି ଓ ଅନିୟମିତତା ମାମଲାରେ ମଧ୍ୟ ବିଷ୍ଣୁପଦ ସେଠୀଙ୍କୁ ଓଡ଼ିଶା ଲୋକାୟୁକ୍ତ ୨୦୧୯ ମସିହାରେ ନୋଟିସ  ଜାରି କରିଥିଲେ ।   ଶ୍ରୀ ସେଠୀ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କରେ ଦୁର୍ନୀତି ଓ ଅନିୟମିତତାରେ ସମ୍ପୃକ୍ତ ଥିବା ଅଭିଯୋଗ କରି ସୂଚନାକର୍ମୀ ଶ୍ରୀକାନ୍ତ ପାକଳ  ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଥିଲେ।  ଏହି ଅଭିଯୋଗ ଉପରେ ଲୋକାୟୁକ୍ତ  ଶ୍ରୀ ସେଠୀଙ୍କୁ ନୋଟିସ୍ ଜାରି କରିଥିଲେ।

Related story