ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କରେ ଦୁର୍ନୀତି ଓ ଅନିୟମିତତା ମାମଲାରେ ସ୍ୱତନ୍ତ୍ର ରିଲିଫ କମିଶନର ତଥା ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ଓଡ଼ିଶା ଲୋକାୟୁକ୍ତ ନୋଟିସ୍ ଜାରି କରିଛନ୍ତି। ଶ୍ରୀ ସେଠୀଙ୍କୁ ଅଗଷ୍ଟ ୧୯ତାରିଖ ସୁଦ୍ଧା ନିଜ ପକ୍ଷ ରଖିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଆଇଏଏସ୍ ଶ୍ରୀ ସେଠୀ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କରେ ଦୁର୍ନୀତି ଓ ଅନିୟମିତତାରେ ସମ୍ପୃକ୍ତ ଥିବା ଅଭିଯୋଗ କରି ସୂଚନାକର୍ମୀ ଶ୍ରୀକାନ୍ତ ପାକଳ ଜୁଲାଇ ୧ ତାରିଖରେ ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହୋଇଥିଲେ। ଶ୍ରୀ ପାକଳଙ୍କ ଅଭିଯୋଗ ଉପରେ ଲୋକାୟୁକ୍ତ ଗତ ୯ତାରିଖରେ ଶ୍ରୀ ସେଠୀଙ୍କୁ ନୋଟିସ୍ ଜାରି କରିଥିବା ଜଣାପଡ଼ିଛି।
ଓଡ଼ିଶା ଲୋକାୟୁକ୍ତ କାର୍ଯ୍ୟକ୍ଷମ ହେବାପରେ ପ୍ରଥମ ଆଇଏଏସ୍ ଭାବେ ଶ୍ରୀ ସେଠୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ଓ ତାଙ୍କୁ ନୋଟିସ୍ ମଧ୍ୟ ଜାରି ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର
ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।