ଚୌଦ୍ୱାର (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲା ଟାଙ୍ଗି ଥାନା ଅନ୍ତର୍ଗତ କହ୍ନେଇପୁର ପଞ୍ଚାୟତ ନିମେଇସାପୁର ପେଟ୍ରୋଲ୍ ପମ୍ପ୍ ନିକଟରେ ୧୧ଟି ଟ୍ରକରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଯୁବକ ପେଟ୍ରୋଲ୍ ପମ୍ପ୍ ନିକଟରେ ଥିବା ଏହି ଟ୍ରକ୍ଗୁଡ଼ିକର ଡ୍ରାଇଭରଙ୍କୁ ମାରଣାସ୍ତ୍ର ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍ କରିଥିଲେ। ଏଥିସହ ଟ୍ରକ୍ ଗୁଡ଼ିକର ସାମ୍ନା କାଚ ଗୁଡ଼ିକୁ ମଧ୍ୟ ଭାଙ୍ଗି ଦେଇଥିଲେ। ଖବର ପାଇ ଟାଙ୍ଗି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି।
ଅନ୍ୟପକ୍ଷରେ ଏହି ସ୍ଥାନରେ ସବୁ ସମୟରେ ଟ୍ରକ୍ ଗୁଡ଼ିକ ବେଆଇନ ଭାବେ ରହୁଥିବାରୁ ଟ୍ରାଫିକ୍ ସମସ୍ୟା ଦେଖାଉଛି ବୋଲି ଅଭିଯୋଗ ହୋଇଛି। ଏନେଇ ସ୍ଥାନୀୟ ଲୋକେ ବାରମ୍ବାର ଅଭିଯୋଗ କରିଥିବା ବେଳେ ଟ୍ରକ୍ ଡ୍ରାଇଭରମାନେ ମାନୁ ନଥିବାରୁ ଏଭଳି ଘଟଣା ଘଟିଥିବା କିଛି ଲୋକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।