ଆସିକା(ମନୋଜ ମୁନି): ଦିନ ଦ୍ୱି ପ୍ରହରରେ ଖଣ୍ଡା ଦେଖାଇ ଦୋକାନରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଭେଙ୍କଟେଶ୍ୱର ସାହିରେ ଥିବା ଏକ ଲୁଗା ଦୋକାନରୁ ଦେଢ଼ ଲକ୍ଷ ଲୁଟ୍ ନେଇଥିବା ଅଭିଯୋଗ ହୋଇଛି ।
ଗତକାଲି ଦିନ ପ୍ରାୟ ସାଢ଼େ ୩ଟା ବେଳେ ଲୁଗା ଦୋକାନ ଭିତରକୁ ଗ୍ରାହକ ସାଜି ପଶିଥିଲେ ଦୁଇ ଲୁଟେରା । ବାଇକ୍ରେ ଆସିଥିବା ତିନି ଲୁଟେରାଙ୍କ ମଧ୍ୟରୁ ଜଣେ ବାଇକ ଷ୍ଟାର୍ଟ କରି ବାହାରେ ଅପେକ୍ଷା କରିଥିଲା । ଦୁଇ ଲୁଟେରା ଦୋକାନ ଭିତରେ ପଶି ସେଲସମ୍ୟାନଙ୍କୁ ଖଣ୍ଡା ଦେଖାଇ ଭୟଭୀତ କରିଥିଲେ। ଏହା ପରେ ମାଲିକଙ୍କୁ ଧକ୍କା ଦେଇ ଟଙ୍କା ଲୁଟି ନେଇଥିଲେ । ମାତ୍ର କେଇ ମିନିଟ୍ ଭିତରେ ଲୁଟି ସାରି ଅନାୟାସରେ ଫେରାରେ ହୋଇଯାଇଥିଲେ ତିନି ଦୁର୍ବୃତ୍ତ । ତେବେ ଲୁଟ୍ର ଏ ପୁରା ଘଟଣା ସିସିଟିଭିରେ କଏଦ ହୋଇଛି । ସିସିଟିଭି ଫୁଟେଜକୁ ଆଧାର କରି ପୋଲିସ ଘଟଣାର ତଦନ୍ତ କରୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।