ଅନୁଗୋଳ(ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପୁରୁଣାଗଡ଼ ଗାଁରେ ସଶସ୍ତ୍ର ଡକାୟତି ହୋଇଛି। ଗାଁର ପ୍ରମୋଦ ମହାପାତ୍ରଙ୍କ ଘରେ ହୋଇଛି ଏହି ଡକାୟତି।
ଗତକାଲି ରାତି ପ୍ରାୟ ୨ଟା ବେଳେ ୬ ରୁ ୭ଜଣ ଦୁର୍ବୃତ୍ତ ପ୍ରମୋଦଙ୍କ ଘରେ ପଶିଥିଲେ। ସେମାନେ ଏକ ଇଲେକ୍ଟ୍ରି ପୋଲ୍ ଦ୍ୱାରା ଛାତ ଉପରକୁ ଚଢ଼ିଥିଲେ। ଏହାପରେ ସିଡି ରୁମ୍ ଦେଇ ଘରକୁ ପ୍ରବେଶ କରିଥିଲେ। ପ୍ରମୋଦ ଓ ତାଙ୍କ ପରିବାର ଲୋକଙ୍କୁ ଖଣ୍ଡା, ଭୁଜାଲି ଓ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ସେମାନେ ପ୍ରମୋଦଙ୍କ ପୁଅକୁ ଖଣ୍ଡାରେ ହାଣି କ୍ଷତାକ୍ତ କରିଥିଲେ। ପରିବାର ଲୋକଙ୍କ ମୋବାଇଲ ନେଇ ସେମାନଙ୍କୁ ଏକ ରୁମ୍ରେ ବନ୍ଦ କରି ଦେଇଥିଲେ।
ପରେ ଡକାୟତମାନେ ପ୍ରମୋଦ ତାଙ୍କ ଝିଅ ବାହାଘର ପାଇଁ ଥିବା ପ୍ରାୟ ୬ଲକ୍ଷ ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ନେଇ ଫେରାର ହୋଇଯାଇଥିଲେ। ଏନେଇ ଖବର ପାଇ ଆଜି ସକାଳେ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ଘଟଣାସ୍ଥଳରେ ଯାଞ୍ଚ କରିଥିବା ବେଳେ ଘଟଣାର ଖୋଳତାଡ଼ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।