ବ୍ରହ୍ମପୁର (ଜଗନ୍ନାଥ ସାହୁ): ବ୍ରହ୍ମପୁରରେ ଆଜି ଏକ ବଡ଼ ଧରଣର ଲୁଟ୍ ହୋଇଛି। ଦିନ ଦି’ପହରରେ ଦୁର୍ବୃତ୍ତମାନେ ଫାଙ୍କା ଗୁଳିଚାଳନା କରି ୨୫ ଲକ୍ଷ ଟଙ୍କା ଲୁଟି ନେଇଗଲେ। ଖଲିକୋଟ ଥାନା ହରିଡ଼ାମୂଳ ଛକ ନିକଟରେ ଏହି ଘଟଣା ଘଟିଛି।
ଆଜି ଟୋଲ ପ୍ଲାଜା କର୍ମଚାରୀମାନେ ଟଙ୍କା ଜମା କରିବା ପାଇଁ ଏକ ସ୍କର୍ପିଓରେ ଏକ୍ସିସ ବ୍ୟାଙ୍କ ଯାଉଥିଲେ। ହରିଡାମୂଳ ଛକରେ ୫ ଜଣ ଦୁର୍ବୃତ୍ତ ଦୁଇଟି ବାଇକରେ ଆସି ଗାଡ଼ି ଉପରକୁ ଗୁଳି ଚଳାଇଥିଲେ। ଫଳରେ ଚାଳକ ଗାଡ଼ି ଅଟକାଇ ଦେଇଥିଲେ। ପରେ ଦୁର୍ବୃତ୍ତମାନେ ଟଙ୍କା ଧରି ଚମ୍ପଟ ମାରିଥିଲେ। ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତଙ୍କୁ ଧରିବା ପାଇଁ ସମସ୍ତ ରାସ୍ତା ସିଲ୍ ତଲାସି ଅଭିଯାନ୍ ଆରମ୍ଭ କରିଛି। ହେଲେ ଅଭିଯୁକ୍ତଙ୍କ ସମ୍ପର୍କରେ ପତ୍ତା ପାଇନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୬ ମାସ ହେଲା କଲବଲ କରୁଛନ୍ତି ପିମ୍ପୁଡ଼ି, ଅତିଷ୍ଠ ହେଲେଣି ଗ୍ରାମବାସୀ
ଗାଁରେ ଖେଳି ଯାଇଛି ପିମ୍ପୁଡି ଆତଙ୍କ । ୬ ମାସ ହେଲା କଲବଲ କରୁଛନ୍ତି । ବଞ୍ଚିବାକୁ ଦେଉ ନାହାନ୍ତି। ପିମ୍ପୁଡ଼ି ଦାଉରେ ଅତିଷ୍ଠ ହୋଇପଡ଼ିଲେଣି ଲୋକେ । ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି।
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Crime
କଟକରେ ଲଜ୍ଜା; ୮ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ବାରଙ୍ଗ ପୁଲିସ ତ୍ରିଶୁଳିଆ ଅଞ୍ଚଳରୁ ତାଙ୍କୁ ଗିରଫ କରିଛି।