ସାଲେପୁର(ଓଡ଼ିଶା ରିପୋର୍ଟ): ଆଜି ଦିନ ଦି’ପହରରେ ହୋଇଛି ଲୁଟ୍। ବନ୍ଧୁକ ଦେଖାଇ ଆଦାୟ ହୋଇଥିବା ବିଦ୍ୟୁତ୍ ବିଲ୍ ଟଙ୍କା ନେଇ ଚମ୍ପଟ ମାରିଲେ ଦୁଇ ଦୁର୍ବୃତ୍ତ। ଏପରି ଅଭିଯୋଗ ଆସିଛି କଟକ ଜିଲ୍ଲା ସାଲେପୁରରୁ। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ଆଜି ମଧ୍ୟାହ୍ନରେ ସାଲେପୁର ରାଇସୁଙ୍ଗୁଡ଼ା ବିଦ୍ୟୁତ୍ ସେକ୍ସନ ଅଫିସ୍ରେ ସମସ୍ତେ ନିଜ ନିଜର କାମ କରୁଥିଲେ। ହଠାତ୍ ଦୁଇ ଯୁବକ ବନ୍ଧୁକ ଧରି ବିଦ୍ୟୁତ ଅଫିସରେ ପଶିଥିଲେ। ପରେ ବିଦ୍ୟୁତ୍ ଶୁଳ୍ପ ନେଇ ବିଲ୍ କାଟୁଥିବା ଦୁଇ କର୍ମଚାରୀ ଶୁଭଜିତ୍ ମହାପାତ୍ର ଓ ଅମୀୟ ରଞ୍ଜନ ଜେନାଙ୍କୁ ଆକ୍ରମଣ କରିଥିଲେ। ତା’ପରେ ବିଲ୍ ବାବଦକୁ ସଂଗ୍ରହ ହୋଇଥିବା ୨ ଲକ୍ଷ ୫୫ ହଜାର ଟଙ୍କା ଧରି ଚମ୍ପଟ ମାରିଥିଲେ।
ଦୁର୍ବୃତ୍ତଙ୍କ ମାଡ଼ରେ ଆହତ ହୋଇଥିବା ଦୁଇ ବିଦ୍ୟୁତ କର୍ମଚାରୀଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପାଖରେ ପୁଲିସ ପହଞ୍ଚି ପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।