ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ନାୟକ ବନ୍ଧ କ୍ରସର ନିକଟରେ ଏକ ଘରୋଇ ଫାଇନାସ୍ କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଭୁଜାଲି ମାଡ଼ରେ ଆହତ ହୋଇଥିବା ଦୁଇ କର୍ମଚାରୀଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଅନ୍ନପୂର୍ଣ୍ଣା ଫାଇନାନ୍ସ କଂପାନୀର ଦୁଇ ଜଣ କର୍ମଚାରୀ କେଶରୀପୁର ଏବଂ ଭିମେଇ ଗାଁରୁ ଟଙ୍କା ସଂଗ୍ରହ କରି ସୋରକୁ ଆସୁଥିଲେ। ଏହି ସମୟରେ ନାୟକ ବନ୍ଧ କ୍ରସର ନିକଟରେ ୩ ଜଣ ଦୁର୍ବୃତ୍ତ କଳା ପଲସର୍ରେ ଆସି ସେମାନଙ୍କୁ ଭୂଜାଲିରେ ଆକ୍ରମଣ କରି ଟଙ୍କା ଧରି ଫେରାର୍ ହୋଇଯାଇଥିଲେ। ଗୁରୁତର ଆହତ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଖବର ପାଇ ଘଟଣାସ୍ଥଳରେ ସୋର ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।