ଭୁବନେଶ୍ୱର(ଓଡିଶା ରିପୋର୍ଟର): ପୁଲିସ ନିଷ୍କ୍ରିୟତାର ସୁଯୋଗ ନେଇ ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍ ହୋଇଛି। ଗତକାଲି ବିଲମ୍ୱିତ ରାତିରେ ପଟିଆ ଷ୍ଟେସନ ନିକଟରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏଟିଏମରୁ ପ୍ରାୟ ୨୮ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ କଟର ସହାୟତାରେ ଏଟିଏମ ସଟର କାଟି ଟଙ୍କା ଲୁଟ୍ କରିଛନ୍ତି।
ପୁଲିସ ଓ ସାଇଣ୍ଟିଫିକ୍ ଟିମ ଘଟଣାସ୍ଥଳରେ ପହଞ୍ଚି ଦତନ୍ତ ଆରମ୍ଭ କରୁଛି। ଏନେଇ ଇନଫୋସିଟି ଥାନାରେ ଏକ ମାମଲା ରୁଜୁ ହୋଇଛି। ପୂର୍ବରୁ ମଧ୍ୟ ସମ୍ପୃକ୍ତ ଏଟିଏମରୁ ୧୦ ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା।
ଏହା ପୂର୍ବରୁ ବରିମୁଣ୍ଡରୁ ମଧ୍ୟ ନକଲି ବନ୍ଧୁକ ଦେଖାଇ ଏକ ବ୍ୟାଙ୍କ ଲୁଟ୍ ହୋଇଥିଲା। ରାଜଧାନୀରେ ବାରମ୍ବାର ଏଭଳି ଘଟଣା ଘଟୁଥିଲେ ସୁଦ୍ଧା କମିଶନରେଟ ପୁଲିସ ଲୋଟେରାଙ୍କ ପାଖରେ ପହଞ୍ଚି ପାରୁନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।