ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା। ପ୍ରତିଦିନ ଦେଶ ବିଦେଶରୁ କୋଟିକୋଟି ଭକ୍ତ ଶ୍ରକ୍ଷେତ୍ର ଆସୁଛନ୍ତି। ଆଉ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି। ଦର୍ଶନ କରିବା ପରେ ଭକ୍ତ ମହାପ୍ରଭୁଙ୍କ ହୁଣ୍ଡିରେ ଦାନ ମଧ୍ୟ ଦେଇଯାଇଥାଆନ୍ତି। ସେହି ଦାନ ଅର୍ଥରେ ରୀତିନୀତି ସମ୍ପନ୍ନ ହୋଇଥାଏ। ତେବେ ଜାଣିଛନ୍ତି କି ମହାପ୍ରଭୁ କେତେ ଟଙ୍କା ଓ ସୁନାରୁପ ଦାନ ପାଇଛନ୍ତି? ଆଜି ବିଧାନସଭାରେ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ପ୍ରଶ୍ନରେ ଏହାର ଉତ୍ତର ଦେଇଛନ୍ତି ଆଇନ୍ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।
ଜାନୁଆରୀ ୨୦୨୦ ସୁଦ୍ଧା ଶ୍ରୀମନ୍ଦିରକୁ ଦାନ ମିଳିଛି ୧୮୭ କୋଟି ୧ ଲକ୍ଷ ୮୫ ହଜାର ଟଙ୍କା। ଏହାଛଡ଼ା ୧୭ କିଲୋ ୭୫୬ ଗ୍ରାମ ୭୦୬ ମିଲିଗ୍ରାମ ସୁନା ଦାନ ମିଳିଛି। ୨୨୭ କିଲୋ ୯୫ ଗ୍ରାମ ୩୦୭ ମିଲିଗ୍ରାମ ରୁପା ମଧ୍ୟ ମିଳିଛି। ବିଧାନସଭାରେ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ପ୍ରଶ୍ନରେ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।