Advertisment

ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ, ଜିଲ୍ଲା ବାହାର ଲୋକଙ୍କୁ ପୁରୀ ମନା

ପୁରୀ(ଓଡ଼ିଶା ରିପୋର୍ଟର): ଦିନକ ପରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ତେବେ କରୋନା ମହାମାରୀ ଯୋଗୁଁ ଜିଲ୍ଲା ବାହାର ଲୋକଙ୍କୁ ପୁରୀ ନ ଆସିବା ଲାଗି ଅନୁରୋଧ କରିଛି ଜିଲ୍ଲା ପ୍ରଶାସନ । ଏଥିନିମନ୍ତେ  ପୁରୀର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯିବ । ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି । ଜିଲ୍ଲା ପ୍ରଶାସନ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ଆଜିଠୁ ପଞ୍ଚକ ଆରମ୍ଭ ହେଉଥିବା ବେଳେ ଆସନ୍ତା କାଲି […]

author-image
Niharika Rout
ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ, ଜିଲ୍ଲା ବାହାର ଲୋକଙ୍କୁ ପୁରୀ ମନା

puri

ପୁରୀ(ଓଡ଼ିଶା ରିପୋର୍ଟର): ଦିନକ ପରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ତେବେ କରୋନା ମହାମାରୀ ଯୋଗୁଁ ଜିଲ୍ଲା ବାହାର ଲୋକଙ୍କୁ ପୁରୀ ନ ଆସିବା ଲାଗି ଅନୁରୋଧ କରିଛି ଜିଲ୍ଲା ପ୍ରଶାସନ । ଏଥିନିମନ୍ତେ  ପୁରୀର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯିବ । ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ଏହି ସୂଚନା ଦେଇଛନ୍ତି ।

Advertisment

ଜିଲ୍ଲା ପ୍ରଶାସନ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ଆଜିଠୁ ପଞ୍ଚକ ଆରମ୍ଭ ହେଉଥିବା ବେଳେ ଆସନ୍ତା କାଲି ନାଗାର୍ଜୁନ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ହେଲେ ଏହି ସମୟରେ  ବାହାର ଲୋକଙ୍କୁ ପୁରୀ ନ ଆସିବାକୁ ଅନୁରୋଧ କରାଯାଇଛି । ପୁରୀ ଲୋକ ପତିତପାବନ ଦର୍ଶନ କରିପାରିବେ। କିନ୍ତୁ ମନ୍ଦିର ପ୍ରବେଶକୁ ମନା କରାଯାଇଛି।

ତିନି ଦ୍ୱାରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ମରିଚକୋଟ ଛକରୁ ପାଦରେ ଚାଲି କାକୁଡ଼ିଖାଇ ଛକ ଦେଇ ବାହାରିବେ। ଜଗନ୍ନାଥବଲ୍ଲଭରେ ଅବଢ଼ା ପ୍ରଦାନ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି।

Advertisment