ପୁରୀ(ଓଡ଼ିଶା ରିପୋର୍ଟର):ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ ଯୋଗୁ ଅସୁସ୍ଥ ହୋଇ ପଡ଼ିଛନ୍ତି ମହାପ୍ରଭୁ । ଏବେ ଅଣସର ଘରେ ରହିବେ ଚତୁର୍ଦ୍ଧାମୂର୍ତ୍ତି ଥିବା ବେଳେ ସେଠାରେ ମହାପ୍ରଭୁଙ୍କର ଗୁପ୍ତ ସେବା ଚାଲିଛି। ମହାପ୍ରଭୁଙ୍କୁ ସୁସ୍ଥ କରିବା ନିମନ୍ତେ ତାଙ୍କର ଆୟୁର୍ବେଦ ଚିକିତ୍ସା କରାଯାଉଛି। ମହାପ୍ରଭୁଙ୍କ ଶୀଘ୍ର ଆରୋଗ୍ୟ ନିମନ୍ତେ ରାଜବୈଦ୍ୟ ଦଶମୂଳମୋଦକ ପ୍ରଦାନ କରିଛନ୍ତି। ମହାପ୍ରଭୁ ଆଜି ଏହାକୁ ଖାଇବା ପରେ ସୁସ୍ଥ ହେବେ।
ଶ୍ରୀଜିଉ ସୁସ୍ଥ ହେବା ପରେ ଆଜି ବାଜି ଉଠିବ ଘଣ୍ଟ, ଘଣ୍ଟି, କାହାଳୀ । ରଙ୍ଗବେରଙ୍ଗର ପୋଷାକ ପରିଧାନ କରିବେ ମହାପ୍ରଭୁ । ଏହାପରେ ରଙ୍ଗବେରଙ୍ଗର ଫୁଲରେ ପୂଜା ପାଇବେ ।
ଉଲ୍ଲେଖଯୋଗ୍ୟ ଯେ, ଚଳିତ ବର୍ଷ ସବୁ କିଛି ରୀତିନୀତି ଅନୁଯାୟୀ ଚାଲିଥିବା ସତ୍ତ୍ୱେ ଏଯାଏ ରଥଯାତ୍ରା ହେବା ନେଇ କିଛି ନିଷ୍ପତ୍ତି ନିଆଯାଇ ନାହିଁ। ରଥ ଯାତ୍ରା ଆଉ ମାତ୍ର ଅଳ୍ପ କିଛି ଦିନ ଥିବାରୁ ବଡ଼ଦାଣ୍ଡରେ ରଥ ଗଡ଼ିବ କି ନାହିଁ ସେ ସମ୍ପର୍କରେ ସରକାର କିଛି ନିଷ୍ପତ୍ତି ନେଇ ନାହାନ୍ତି। ଆସନ୍ତା ୧୮ ତାରିଖରେ ଏ ସମ୍ପର୍କୀତ ମାମଲାର ଶୁଣାଣି ସୁପ୍ରିମ କୋର୍ଟରେ ହେବାର ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।