ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରାହ୍ମଣ ନିଯୋଗ-ପୂଜାପଣ୍ଡା ନିଯୋଗଙ୍କ ଅସହଯୋଗର ପରିଣାମ ଭୋଗୁଛନ୍ତି ମହାପ୍ରଭୁ ଲିଙ୍ଗରାଜ। ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୋଷ ହୋମ ନୀତି ବନ୍ଦ ରହିଛି। ଫଳରେ ଉପାସରେ ରହିବେ ପ୍ରଭୁ। ଏହା ଶ୍ରଦ୍ଧାଳୁଙ୍କୁ ଖୁବ୍ ବ୍ୟଥିତ କରିଛି। ହେଲେ ଏଥିନିମନ୍ତେ ମନ୍ଦିର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଦାୟୀ ବୋଲି କହିଛନ୍ତି ୨ ନିଯୋଗର କର୍ମକର୍ତ୍ତା।
ସେମାନଙ୍କ କହିବାନୁଯାୟୀ, ଲିଙ୍ଗରାଜଙ୍କ ନୂଆଗାଁ ଜମିକୁ ହଡ଼ପ କରାଯାଉଛି। ସେଠାରେ ଜବରଦଖଲକାରୀମାନେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ଚଳାଇଥିବା ବେଳେ ଏହାକୁ ରୋକିବାକୁ ପ୍ରଶାସନିକ ସ୍ତରରେ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଜବରଦଖଲ ପାଇଁ ମନ୍ଦିର ଓ ଜିଲ୍ଲା ପ୍ରଶାସନକୁ ସେମାନେ ସମ୍ପୂର୍ଣ୍ଣ ଭାବେ ଦୋଷ ଦେଇଛନ୍ତି। ଏହାକୁ ରୋକିବା ଲାଗି ପ୍ରଶାସନିକ ସ୍ତରର ଉଦାସୀନତାକୁ ସେମାନେ କଡ଼ା ସମାଲୋଚନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।