ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଗତକାଲି ରାତିରେ ମରିଚିକୁଣ୍ଡ ପାଣି ଆସିବା ପରେ ଲିଙ୍ଗରାଜଙ୍କ ରଥ ଅନୁକୂଳ ହୋଇଛି। ପ୍ରଥମ କଳସୀ ପାଣି ରୁକୁଣା ରଥ ଅନୁକୂଳ ପାଇଁ ଆସିଥିବା ବେଳେ ଦ୍ୱିତୀୟ କଳସୀ ପୁରୀ ରାଣୀଙ୍କ ପାଇ ଆସିଥିଲା। ତୃତୀୟ କଳସୀ ପାଣି ସାଧାରଣ ଭକ୍ତଙ୍କ ପାଇଁ ନିଲାମ କରାଯାଇଥିଲା। ପାଟକୁରା ଅଞ୍ଚଳର ସତ୍ୟବ୍ରତ ଲେଙ୍କା ଏହି ତୃତୀୟ କଳସୀ ପାଣି ୧୨ ହଜାର ଟଙ୍କାରେ ନେଇଥିଲେ।
ଆଜି ଭୋରରୁ ମଙ୍ଗଳ ଆଳତି, ଅବକାଶ ଓ ଅନ୍ୟାନ୍ୟ ନୀତି ହୋଇଥିଲା। ଅପରାହ୍ନ ୪ଟାରେ ରଥଟଣା କାର୍ଯ୍ୟକ୍ରମ ରହିଛି। ଏବର୍ଷ ଅଶୋକାଷ୍ଟମୀ ପାଇଁ ୨୦ଲକ୍ଷ ଟଙ୍କା ବ୍ୟୟ ବରାଦ ହୋଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରଥ ଟଣା କାର୍ଯ୍ୟ ସୁରୁଖୁରୁରେ ସାରିବା ଏବଂ ଟ୍ରାଫିକ ବ୍ୟବସ୍ଥାକୁ ସୂଚାରୁ ରୂପେ ନିୟନ୍ତ୍ରଣ ଲାଗି କମିଶନରେଟ୍ ପୁଲିସ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।