ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୧୮ଯାଏଁ ନିର୍ଧୂମ୍‌ ଛେଚିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନିଭୂତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ଆସନ୍ତା୧୮ ତାରିଖ ଯାଏଁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି।

ସେହିପରି ୧୯ ଓ ୨୦ରେ ଉତ୍ତର ଓ ଆଭ୍ୟନ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି  ପାଣିପାଗ ବିଭାଗ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏଥିପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ପକ୍ଷରୁ  ନିର୍ଦ୍ଦେଶ ଦିଆଯାଇଛି।