ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି, ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ , ଲଘୁଚାପ କ୍ଷେତ୍ରଟି ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି।  ଏହା ସମୁଦ୍ର ଉପରେ ପ୍ରାୟ […]

rain-

rain-

Niharika Rout
  • Published: Saturday, 09 July 2022
  • Updated: 09 July 2022, 02:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁସାରେ , ଲଘୁଚାପ କ୍ଷେତ୍ରଟି ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି।  ଏହା ସମୁଦ୍ର ଉପରେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ରହିଛି।

ଏହା ପୂର୍ବରୁ ଗତ ୪ ତାରିଖରେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ଏବେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ହେତୁ ପୁଣି ଥରେ ବର୍ଷା ହେବାର ପୁର୍ବାନୁମାନ କରିଛି ପାଣିପାଗ ବିଭାଗ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos