ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଓ  କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି।  ଏ ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ତରଫରୁ ସୂଚନା […]

Heavy-Rain

  • Published: Monday, 19 September 2022
  • , Updated: 19 September 2022, 01:57 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଓ  କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି।  ଏ ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି। ଫଳରେ ଗତକାଲିଠୁ ଲାଗି ରହିଥିବା ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଜଣାଯାଇଛି।

କେନ୍ଦ୍ର ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି।  ଆସନ୍ତା କାଲି ତାହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି।

ଆସନ୍ତା ୩ ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କଟକ ଓ ଖୋର୍ଦ୍ଧାରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।  ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଚେତାବନୀ ଜାରି କରାଯାଇଛି।

Related story