ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮ କି.ମି ଯାଏଁ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରଭାବ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରହିବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଲଘୁଚାପ କ୍ଷେତ୍ର ପ୍ରଭାବରେ ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।
ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣି ବଳୟ ପ୍ରଭାବରେ, ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି pic.twitter.com/RJbWc4xnHK
— Meteorological Centre, Bhubaneswar (@mcbbsr) July 4, 2022
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।