ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮ କି.ମି ଯାଏଁ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରଭାବ ଆସନ୍ତା ୪ରୁ ୫ ଦିନ […]

rain

Tapaswini Nayak
  • Published: Monday, 04 July 2022
  • , Updated: 04 July 2022, 12:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮ କି.ମି ଯାଏଁ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରଭାବ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରହିବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ କ୍ଷେତ୍ର ପ୍ରଭାବରେ ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ତେଣୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।

Related story